Posted inଜାତୀୟ

ଗାନ୍ଧିନଗରରେ ହେବ ହୀରାବେନଙ୍କ ଅନ୍ତିମ ସଂସ୍କାର, ପୁଅ ପଙ୍କଜ ମୋଦିଙ୍କ ଘରେ ଶେଷ ଦର୍ଶନ

ଗାନ୍ଧିନଗର,୩୦ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହୀରାବେନ ମୋଦିଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅହମଦାବାଦର ୟୁଏନ ମେହେଟା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ମା’ଙ୍କ ପରଲୋକ ଖବର ନିଜେ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି ଜଣାଇଛନ୍ତି । ଏହି ଖବର ପାଇବା ପରେ ତୁରନ୍ତ ପ୍ରଧାନମନ୍ତ୍ରୀ ଅହମଦାବାଦ ଗସ୍ତ କରିଛନ୍ତି । କୁହାଯାଉଛି କି ହୀରାବେନଙ୍କ ପାର୍ଥିବ ଶରୀର ପୁଅ ପଙ୍କଜ ମୋଦିଙ୍କ ଘରକୁ ଆଣି ସେଠାରେ ଶେଷ ଦର୍ଶନ ପାଇଁ ରଖାଯିବ । ପଙ୍କଜ ମୋଦିଙ୍କ ଘର ଗାନ୍ଧିନଗରରେ ହୋଇଥିବାରୁ ସେହିଠାରେ ହିଁ ତାଙ୍କର ଅନ୍ତିମ ସଂସ୍କାର କରାଯିବ ।
ମିଳିଥିବା ସୂଚନା ଅନୁଯାୟୀ, ହୀରାବେନଙ୍କ ଅନ୍ତିମ ସଂସ୍କାର ସେକ୍ଟର ୩୦ରେ ଥିବା ଶ୍ମଶାନରେ ହେବ । ପୁଅ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବଡ ବଡ ନେତା ହୀରାବେନଙ୍କ ଅନ୍ତିମ ଯାତ୍ରାରେ ସାମିଲ ହେବେ । ସୂଚନା ଅନୁଯାୟୀ, ସକାଳ ୮ଟାରୁ ଅନ୍ତିମ ଦର୍ଶନ କାର୍ଯ୍ୟକ୍ରମ ଆରମ୍ଭ ହେବା ପରେ ଯାଇ ଅନ୍ତିମ ସଂସ୍କାର କରାଯିବ । ଅନୁମାନ କରାଯାଉଛି କି ତାଙ୍କର ଅନ୍ତିମ ସଂସ୍କାର ସାମାନ୍ୟ ବିଳମ୍ବରେ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri