ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ ଇଣ୍ଡଷ୍ଟ୍ରୀରେ ଜୋରଦାର ଚର୍ଚ୍ଚା ହେଉଛି। ନିକଟରେ ରାଘବଙ୍କ ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ତାଙ୍କ ହାତ ଧରି ଏକ ପାର୍ଟିରୁ ବାହାରି ଯାଉଥିବାର ଦେଖାଯାଇଥିଲା। ଶେହନାଜ-ରାଘବ ଫିଲ୍ମ ‘କିସି କା ଭାଇ କିସି କି ଜାନ’ରେ କାମ କରିଛନ୍ତି। କୁହାଯାଉଛି ଫିଲ୍ମ ନିର୍ମାଣ ସମୟରେ ଉଭୟଙ୍କ ମଧ୍ୟରେ ନୀବିଡତା ବଢିଥିଲା। ଯଦିଓ ସେମାନେ ପରସ୍ପରକୁ ଘନିଷ୍ଠ ବନ୍ଧୁ ବୋଲି ବର୍ଣ୍ଣନା କରିଛନ୍ତି, ତଥାପି ଡେଟିଂ ଗୁଜବ ସାମ୍ନାକୁ ଆସିଛି। ଏସବୁ ମଧ୍ୟରେ ଶେହନାଜ ରାଘବଙ୍କ ଆଗାମୀ ଫିଲ୍ମର ପ୍ରମୋଟ କରିଛନ୍ତି। ତାଙ୍କୁ ସମର୍ଥନ କରିବାକୁ ପ୍ରଶଂସକଙ୍କୁ ଅନୁରୋଧ କରିଛନ୍ତି ଶେହନାଜ।

ଏହି ଅବସରରେ ସେ କହିଛନ୍ତି, ମୋ ବନ୍ଧୁର ଫିଲ୍ମ ଆସୁଛି। ସେ ଜଣେ ଷ୍ଟାର। ସେ ଜଣେ ମୁଖ୍ୟ ଅଭିନେତା ଭାବରେ ଡେବ୍ୟୁ କରୁଛନ୍ତି। ତେଣୁ ଦୟାକରି ତାଙ୍କୁ ସମର୍ଥନ କରନ୍ତୁ। ସେ ମୋର ଜଣେ ବହୁତ ଭଲ ବନ୍ଧୁ ଏବଂ ତାଙ୍କ ଫିଲ୍ମ ସଫଳ ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

ରାଘବ ଜଣେ ନୃତ୍ୟଶିଳ୍ପୀ ଭାବରେ ତାଙ୍କର କ୍ୟାରିଅର୍‌ ଆରମ୍ଭ କରିଥିଲେ ଏବଂ ସେବେଠାରୁ ଫିଲ୍ମରେ ଖଳନାୟକ ଏବଂ ସକାରାତ୍ମକ ଭୂମିକା ଗ୍ରହଣ କରିଛନ୍ତି। ବର୍ତ୍ତମାନ ସେ ଏକ ନୂଆ ସିନେମାରେ ଜଣେ ମୁଖ୍ୟ ଅଭିନେତା ଭାବରେ ଦେଖାଯାଉଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ…

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ ୨୫ ହଜାର…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ…

ଜୁଲାଇ ୧୬ରେ ରାଜଧାନୀର ବଡ଼ ଇଲାକାରେ କଟିବ ବିଜୁଳି, ଏହି ସବୁ ଏରିଆ ହେବ ପ୍ରଭାବିତ

ନୂଆଦିଲ୍ଲୀ, ୧୫।୭: ରାଜଧାନୀ ଦିଲ୍ଲୀରେ ବିଜୁଳି ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ଯୋଗୁଁ ଅଲଗା ଅଲଗା ଦିନରେ ଭିନ୍ନ ଭିନ୍ନ ଅଞ୍ଚଳରେ ବିଦ୍ୟୁତ ସମ୍ବନ୍ଧୀୟ କାମ କରାଯାଉଛି। ଏହି…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri