ଲୁଟ୍‌ବେଳେ ଷ୍ଟାର୍ଟ ହେଲାନି ବାଇକ୍‌, ଧରାପଡ଼ିଲେ ଅଭିଯୁକ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପିନେଇ ଖସି ପଳାଉଥିବାବେଳେ ବାଇକ୍‌ ଷ୍ଟାର୍ଟ ବନ୍ଦ ହୋଇଗଲା। ଫଳରେ ଜଣେ ଲୁଟେରା ଧରାପଡିଥିବାବେଳେ ଆଉଜଣେ ଖସି ଯାଇଛନ୍ତି। ତେବେ ଧରାପଡିଥିବା ଯୁବକଙ୍କୁ ସ୍ଥାନୀୟ ଲୋକେ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ପରେ ପୋଲିସକୁ ହସ୍ତାନ୍ତର କରିଛନ୍ତି। ଏଭଳି ଏକ ଘଟଣା ସୋମବାର ଚନ୍ଦ୍ରଶେଖରପୁର ଥାନା ନାଲ୍‌କୋ ଛକରେ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ମୈତ୍ରୀ ବିହାର ଅଞ୍ଚଳର ଜଣେ ମହିଳା ନାଲ୍‌କୋ ଛକରେ ଥିବା ଏକ ଔଷଧ ଦୋକାନକୁ ଔଷଧ କିଣିବାକୁ ଆସିଥିଲେ। ସେ ଧାଡ଼ିରେ ଛିଡା ହୋଇ ଫୋନରେ କଥା ହେଉଥିବାବେଳେ ଜଣେ ଯୁବକ ହଠାତ୍‌ ଦୌଡ଼ି ଆସି ତାଙ୍କ ବେକରୁ ସୁନାଚେନ ଝାମ୍ପି ନେଇ ନିକଟରେ ବାଇକ୍‌ ଧରି ଅପେକ୍ଷା କରିଥିବା ସହଯୋଗୀଙ୍କ ସହ ପଳାଉଥିଲେ। ହେଲେ ହଠାତ୍‌ ବାଇକ୍‌ ଷ୍ଟାର୍ଟ ବନ୍ଦ ହୋଇଯାଇଥିଲା। ଯେତେ ଚେଷ୍ଟା କରିଥିଲେ ମଧ୍ୟ ଷ୍ଟାର୍ଟ ନ ହେବାରୁ ଧରାପଡିବା ଭୟରେ ଯୁବକଦ୍ୱୟ ବାଇକଟିକୁ ଛାଡ଼ି ଖସିଯିବାକୁ ଉଦ୍ୟମ କରିଥିଲେ। ଏପଟେ ମହିଳାଙ୍କ ଚିତ୍କାର ଶୁଣି ଲୋକେ ଜଣଙ୍କୁ କାବୁ କରିବାବେଳେ ଅନ୍ୟଜଣେ ଯୁବକ ଖସି ପଳାଇଥିଲେ। ଖବରପାଇ ପୋଲିସ ପହଞ୍ଚତ୍ ଯୁବକଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରିବା ସହ ବାଇକ୍‌ଟିକୁ ଜବତ କରିଥିଲା। ଏନେଇ ପୋଲିସ ଏକ ମାମଲା ରୁଜୁ କରି ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩  ଜଣଙ୍କୁ

ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…

ବୃଦ୍ଧି ପାଉଛି ତାପମାତ୍ରା : ପଥଚାରୀଙ୍କୁ ପଣା ବଣ୍ଟନ କଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ରଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ସୋମବାର ଜଳଛତ୍ର ଖୋଲାଯାଇ ପଥଚାରୀଙ୍କୁ ପଣା ବଣ୍ଟନ କରାଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri