ଲୁଟ୍‌ବେଳେ ଷ୍ଟାର୍ଟ ହେଲାନି ବାଇକ୍‌, ଧରାପଡ଼ିଲେ ଅଭିଯୁକ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପିନେଇ ଖସି ପଳାଉଥିବାବେଳେ ବାଇକ୍‌ ଷ୍ଟାର୍ଟ ବନ୍ଦ ହୋଇଗଲା। ଫଳରେ ଜଣେ ଲୁଟେରା ଧରାପଡିଥିବାବେଳେ ଆଉଜଣେ ଖସି ଯାଇଛନ୍ତି। ତେବେ ଧରାପଡିଥିବା ଯୁବକଙ୍କୁ ସ୍ଥାନୀୟ ଲୋକେ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ପରେ ପୋଲିସକୁ ହସ୍ତାନ୍ତର କରିଛନ୍ତି। ଏଭଳି ଏକ ଘଟଣା ସୋମବାର ଚନ୍ଦ୍ରଶେଖରପୁର ଥାନା ନାଲ୍‌କୋ ଛକରେ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ମୈତ୍ରୀ ବିହାର ଅଞ୍ଚଳର ଜଣେ ମହିଳା ନାଲ୍‌କୋ ଛକରେ ଥିବା ଏକ ଔଷଧ ଦୋକାନକୁ ଔଷଧ କିଣିବାକୁ ଆସିଥିଲେ। ସେ ଧାଡ଼ିରେ ଛିଡା ହୋଇ ଫୋନରେ କଥା ହେଉଥିବାବେଳେ ଜଣେ ଯୁବକ ହଠାତ୍‌ ଦୌଡ଼ି ଆସି ତାଙ୍କ ବେକରୁ ସୁନାଚେନ ଝାମ୍ପି ନେଇ ନିକଟରେ ବାଇକ୍‌ ଧରି ଅପେକ୍ଷା କରିଥିବା ସହଯୋଗୀଙ୍କ ସହ ପଳାଉଥିଲେ। ହେଲେ ହଠାତ୍‌ ବାଇକ୍‌ ଷ୍ଟାର୍ଟ ବନ୍ଦ ହୋଇଯାଇଥିଲା। ଯେତେ ଚେଷ୍ଟା କରିଥିଲେ ମଧ୍ୟ ଷ୍ଟାର୍ଟ ନ ହେବାରୁ ଧରାପଡିବା ଭୟରେ ଯୁବକଦ୍ୱୟ ବାଇକଟିକୁ ଛାଡ଼ି ଖସିଯିବାକୁ ଉଦ୍ୟମ କରିଥିଲେ। ଏପଟେ ମହିଳାଙ୍କ ଚିତ୍କାର ଶୁଣି ଲୋକେ ଜଣଙ୍କୁ କାବୁ କରିବାବେଳେ ଅନ୍ୟଜଣେ ଯୁବକ ଖସି ପଳାଇଥିଲେ। ଖବରପାଇ ପୋଲିସ ପହଞ୍ଚତ୍ ଯୁବକଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରିବା ସହ ବାଇକ୍‌ଟିକୁ ଜବତ କରିଥିଲା। ଏନେଇ ପୋଲିସ ଏକ ମାମଲା ରୁଜୁ କରି ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri