Posted inଜାତୀୟ

ଡିଆର୍‌ଡିଓ ବୈଜ୍ଞାନିକଙ୍କ ହାଜତ ମିଆଦ ୧୫ ଯାଏ ବଢ଼ିଲା

ନୂଆଦିଲ୍ଲୀ, ୧୦ା୫: ପାକିସ୍ତାନକୁ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ଗତ ୩ ତାରିଖରେ ପୁଣେରୁ ଗିରଫ ହୋଇଥିବା ଡିଆର୍‌ଡିଓ ବୈଜ୍ଞାନିକ ପ୍ରଦୀପ କୁରୁଲ୍‌କର(୫୯)ଙ୍କ ହାଜତ ମିଆଦକୁ ମେ’ ୧୫ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ନଭେମ୍ବରରେ ଅବସର ନେବାକୁ ଥିବା ପ୍ରଦୀପ ହନିଟ୍ରାପ୍‌ରେ ଫସି କେତେଜଣ ପାକିସ୍ତାନୀଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ଅଭିଯୋଗ ହୋଇଛି। ଅତିରିକ୍ତ ସେସନ୍ସ ଜଜ୍‌ ଏସ୍‌.ଆର୍‌. ନଭନ୍ଦରଙ୍କ ଅଦାଲତ ପ୍ରଦୀପଙ୍କ ହାଜତ ମିଆଦକୁ ୭ ଦିନ ବଢ଼ାଇଛନ୍ତି। ତାଙ୍କୁ ମହାରାଷ୍ଟ୍ର ଆଣ୍ଟି ଟେରୋରିଜମ୍‌ ସ୍କ୍ବାଡ୍‌ ହାଜତରେ ରଖାଯାଇଛି। ତାଙ୍କଠାରୁ ଜବତ ହୋଇଥିବା ଇଲେକ୍ଟ୍ରୋନିକ୍‌ ଉପକରଣର ତଥ୍ୟ ଅନୁଶୀଳନ କରାଯାଉଥିବାରୁ ଅଧିକ ଦିନ ହାଜତରେ ରଖିବା ଲାଗି ଏଟିଏସ୍‌ ପକ୍ଷରୁ କୋର୍ଟଙ୍କୁ ଅନୁରୋଧ କରାଯାଇଥିଲା। ଗିରଫ ହେବା ପରେ ପ୍ରଦୀପଙ୍କୁ ଡିଆରଡିଓ ଚାକିରିରୁ ନିଲମ୍ବନ କରିଥିଲା। ଗୁପ୍ତଚର ବୃତ୍ତି ଏବଂ ଭୁଲ୍‌ ଯୋଗାଯୋଗ ପାଇଁ ତାଙ୍କ ବିରୋଧରେ ସରକାରୀ ଗୋପନୀୟତା ଆଇନ (ଓଏସ୍‌ଏ) ଅନୁଯାୟୀ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri