ଛୋଟପିଲାଙ୍କ ପ୍ଲେ ସ୍କୁଲ ଉପରେ ଖସିଲା ହେଲିକପ୍ଟର: ଗୃହମନ୍ତ୍ରୀଙ୍କ ସମେତ ୧୬ ମୃତ…

କିଭ୍‌,୧୮।୧ : ୟୁକ୍ରେନର ରାଜଧାନୀ କିଭ୍‌ରେ ହେଲିକପ୍ଟର ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୟୁକ୍ରେନ ଗୃହମନ୍ତ୍ରୀଙ୍କ ସମେତ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ମିଡିଆ ରିପୋର୍ଟ ଅନୁଯାୟୀ ମୃତକଙ୍କ ମଧ୍ୟରେ ଦୁଇ ଶିଶୁ ମଧ୍ୟ ଅଛନ୍ତି। ଏହି ହେଲିକପ୍ଟରଟି କିଭ୍‌ରେ ଥିବା ଛୋଟ ପିଲାମାନଙ୍କ ପାଇଁ ଏକ ସ୍କୁଲ ଉପରେ ଖସିପଡିଥିଲା। ଏହି ଘଟଣା କିଭ୍‌ର ଉତ୍ତର-ପୂର୍ବର ବ୍ରୋଭରିରେ ଘଟିଛି।

ଘଟଣାର ସୂଚନା ପାଇବା ପରେ ପୋଲିସ ଏବଂ ଜରୁରୀକାଳୀନ ସେବା ସହ ଅନ୍ୟ ଉଚ୍ଚାଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ବିମାନ ଦୁର୍ଘଟଣାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ଯେଉଁଥିରେ ଦୁର୍ଘଟଣା ପରେ ପିଲାଙ୍କ ସ୍କୁଲରେ ନିଆଁ ଲାଗିଥିବାର ଦେଖାଯାଇଛି।

ଏପର୍ଯ୍ୟନ୍ତ ଦୁର୍ଘଟଣାର କାରଣ ଜଣା ପଡିନାହିଁ। ୟୁକ୍ରେନର ଜାତୀୟ ପୋଲିସର ମୁଖ୍ୟ ଇଗୋର କ୍ଲିମେଙ୍କୋ କହିଛନ୍ତି ଯେ ଏପର୍ଯ୍ୟନ୍ତ ୧୬ ଜଣଙ୍କର ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ମଧ୍ୟରେ ୟୁକ୍ରେନର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ବହୁ ବରିଷ୍ଠ ଅଧିକାରୀ ଏବଂ ଗୃହମନ୍ତ୍ରୀ ଡେନିସ ମୋନାଷ୍ଟ୍ରିସ୍କି ଏବଂ ତାଙ୍କ ଡେପୁଟି ୟେଭେନି ୟେସେନିନ ଅଛନ୍ତି।

ମୋନାଷ୍ଟ୍ରିସ୍କି ୨୦୨୧ ମସିହାରେ ୟୁକ୍ରେନର ଗୃହମନ୍ତ୍ରୀ ହୋଇଥିଲେ। ଏହି ଦୁର୍ଘଟଣାରେ ଦୁଇ ଜଣ ଶିଶୁଙ୍କ ସମେତ ୨୨ ଜଣ ଆହତ ହୋଇଛନ୍ତି। ଅଧିକାରୀ କହିଛନ୍ତି ଯେ ଦୁର୍ଘଟଣା ସମୟରେ ପ୍ଲେ ସ୍କୁଲରେ ଶିଶୁ ଏବଂ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri