ଛୋଟପିଲାଙ୍କ ପ୍ଲେ ସ୍କୁଲ ଉପରେ ଖସିଲା ହେଲିକପ୍ଟର: ଗୃହମନ୍ତ୍ରୀଙ୍କ ସମେତ ୧୬ ମୃତ…

କିଭ୍‌,୧୮।୧ : ୟୁକ୍ରେନର ରାଜଧାନୀ କିଭ୍‌ରେ ହେଲିକପ୍ଟର ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୟୁକ୍ରେନ ଗୃହମନ୍ତ୍ରୀଙ୍କ ସମେତ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ମିଡିଆ ରିପୋର୍ଟ ଅନୁଯାୟୀ ମୃତକଙ୍କ ମଧ୍ୟରେ ଦୁଇ ଶିଶୁ ମଧ୍ୟ ଅଛନ୍ତି। ଏହି ହେଲିକପ୍ଟରଟି କିଭ୍‌ରେ ଥିବା ଛୋଟ ପିଲାମାନଙ୍କ ପାଇଁ ଏକ ସ୍କୁଲ ଉପରେ ଖସିପଡିଥିଲା। ଏହି ଘଟଣା କିଭ୍‌ର ଉତ୍ତର-ପୂର୍ବର ବ୍ରୋଭରିରେ ଘଟିଛି।

ଘଟଣାର ସୂଚନା ପାଇବା ପରେ ପୋଲିସ ଏବଂ ଜରୁରୀକାଳୀନ ସେବା ସହ ଅନ୍ୟ ଉଚ୍ଚାଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ବିମାନ ଦୁର୍ଘଟଣାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ଯେଉଁଥିରେ ଦୁର୍ଘଟଣା ପରେ ପିଲାଙ୍କ ସ୍କୁଲରେ ନିଆଁ ଲାଗିଥିବାର ଦେଖାଯାଇଛି।

ଏପର୍ଯ୍ୟନ୍ତ ଦୁର୍ଘଟଣାର କାରଣ ଜଣା ପଡିନାହିଁ। ୟୁକ୍ରେନର ଜାତୀୟ ପୋଲିସର ମୁଖ୍ୟ ଇଗୋର କ୍ଲିମେଙ୍କୋ କହିଛନ୍ତି ଯେ ଏପର୍ଯ୍ୟନ୍ତ ୧୬ ଜଣଙ୍କର ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ମଧ୍ୟରେ ୟୁକ୍ରେନର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ବହୁ ବରିଷ୍ଠ ଅଧିକାରୀ ଏବଂ ଗୃହମନ୍ତ୍ରୀ ଡେନିସ ମୋନାଷ୍ଟ୍ରିସ୍କି ଏବଂ ତାଙ୍କ ଡେପୁଟି ୟେଭେନି ୟେସେନିନ ଅଛନ୍ତି।

ମୋନାଷ୍ଟ୍ରିସ୍କି ୨୦୨୧ ମସିହାରେ ୟୁକ୍ରେନର ଗୃହମନ୍ତ୍ରୀ ହୋଇଥିଲେ। ଏହି ଦୁର୍ଘଟଣାରେ ଦୁଇ ଜଣ ଶିଶୁଙ୍କ ସମେତ ୨୨ ଜଣ ଆହତ ହୋଇଛନ୍ତି। ଅଧିକାରୀ କହିଛନ୍ତି ଯେ ଦୁର୍ଘଟଣା ସମୟରେ ପ୍ଲେ ସ୍କୁଲରେ ଶିଶୁ ଏବଂ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri