ନୂଆପଡ଼ା ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର; ଜାଣନ୍ତୁ କାହିଁକି

ଭୁବେନଶ୍ୱର/ନୂଆପଡ଼ା,୧୩।୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ସୋମବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୧୧ରେ ଭୋଟ ହେବ । ୧୪ରେ ଫଳାଫଳ ଘୋଷଣା ହେବ।

ତେବେ ନୂଆପଡ଼ା ଉପନିର୍ବାଚନରେ ହେଲିକପ୍ଟର ବ୍ୟବହାର ହେବ ବୋଲି CEO କହିଛନ୍ତି। ନୂଆପଡ଼ା ଉପନିର୍ବାଚନରେ ୮ଟି ବୁଥ୍‌ରେ ହେଲିକପ୍ଟର ବ୍ୟବହାର ହେବ। ଦୁର୍ଗମ ଅଞ୍ଚଳର ୫ଟି ସ୍ଥାନରେ ୮ଟି ବୁଥ୍‌ରେ ଲୋକଙ୍କୁ ନେବା ଆଣିବା ପାଇଁ ଏହା ବ୍ୟବହାର କରାଯିବ। ସେହିପରି ୧୪ କମ୍ପାନୀ CAPF ମଧ୍ୟ ଉପନିର୍ବାଚନ ପାଇଁ ଆସିବେ ବୋଲି CEO ସୂଚନା ଦେଇଛନ୍ତି।

ନୂଆପଡ଼ା ଉପ ନିର୍ବାଚନ ପାଇଁ ଉଭୟ ବିଜେଡି ଓ ଭାଜପାର ପ୍ରାର୍ଥୀ ଚୟନରେ ଦିନ ଗଡି ଚାଲିଥିବାବେଳେ କଂଗ୍ରେସ ଆଦିବାସୀ ନେତା ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିସାରିଛି। ବିଜେଡି ଓ ଭାଜପାରେ ପ୍ରାର୍ଥୀ ଚୟନରେ କନ୍ଦଳ ଲାଗି ରହିଥିବାବେଳେ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇ ସାରିଛି।

ଜିଲାରେ ୭୦ ପ୍ରତିଶତ ଆସିବାସୀ ଶ୍ରେଣୀର ଲୋକ ବାସ କରୁଥିବା ବେଳେ ୧ ଲକ୍ଷ ୫ ହଜାର ଭୋଟ ରହିଛି ା ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୫୩ ହଜାର ୬୨୪ ଖଣ୍ଡ ଭୋଟ ରହିଥିବା ବେଳେ ୬୦ ପ୍ରତିଶତ ଆଦିବାସୀ ଭୋଟ ରହିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri