ନୂଆପଡ଼ା ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର; ଜାଣନ୍ତୁ କାହିଁକି

ଭୁବେନଶ୍ୱର/ନୂଆପଡ଼ା,୧୩।୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ସୋମବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୧୧ରେ ଭୋଟ ହେବ । ୧୪ରେ ଫଳାଫଳ ଘୋଷଣା ହେବ।

ତେବେ ନୂଆପଡ଼ା ଉପନିର୍ବାଚନରେ ହେଲିକପ୍ଟର ବ୍ୟବହାର ହେବ ବୋଲି CEO କହିଛନ୍ତି। ନୂଆପଡ଼ା ଉପନିର୍ବାଚନରେ ୮ଟି ବୁଥ୍‌ରେ ହେଲିକପ୍ଟର ବ୍ୟବହାର ହେବ। ଦୁର୍ଗମ ଅଞ୍ଚଳର ୫ଟି ସ୍ଥାନରେ ୮ଟି ବୁଥ୍‌ରେ ଲୋକଙ୍କୁ ନେବା ଆଣିବା ପାଇଁ ଏହା ବ୍ୟବହାର କରାଯିବ। ସେହିପରି ୧୪ କମ୍ପାନୀ CAPF ମଧ୍ୟ ଉପନିର୍ବାଚନ ପାଇଁ ଆସିବେ ବୋଲି CEO ସୂଚନା ଦେଇଛନ୍ତି।

ନୂଆପଡ଼ା ଉପ ନିର୍ବାଚନ ପାଇଁ ଉଭୟ ବିଜେଡି ଓ ଭାଜପାର ପ୍ରାର୍ଥୀ ଚୟନରେ ଦିନ ଗଡି ଚାଲିଥିବାବେଳେ କଂଗ୍ରେସ ଆଦିବାସୀ ନେତା ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିସାରିଛି। ବିଜେଡି ଓ ଭାଜପାରେ ପ୍ରାର୍ଥୀ ଚୟନରେ କନ୍ଦଳ ଲାଗି ରହିଥିବାବେଳେ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇ ସାରିଛି।

ଜିଲାରେ ୭୦ ପ୍ରତିଶତ ଆସିବାସୀ ଶ୍ରେଣୀର ଲୋକ ବାସ କରୁଥିବା ବେଳେ ୧ ଲକ୍ଷ ୫ ହଜାର ଭୋଟ ରହିଛି ା ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୫୩ ହଜାର ୬୨୪ ଖଣ୍ଡ ଭୋଟ ରହିଥିବା ବେଳେ ୬୦ ପ୍ରତିଶତ ଆଦିବାସୀ ଭୋଟ ରହିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri