ନରକଙ୍କାଳ, ଖପୁରି ଜବତ

ଜେନାପୁର,୧୭।୪(ଡି.ଏନ.ଏ.): ଜେନାପୁର ଥାନା ଅଞ୍ଜିରା ପଞ୍ଚାୟତ ଅଧୀନ ମୁରାରିପୁର ଗ୍ରାମ ନିକଟରେ ଥିବା ମହିମା ଆଶ୍ରମ ବାଡ଼ିର ଏକ କେନ୍ଦୁଗଛରୁ ଶନିବାର ଅପରାହ୍ନରେ ମଣିଷର ଖପୁରି, କଙ୍କାଳ, ଚପଲ ଓ ପୋଷାକ ମିଳିଛି। ଏହାକୁ ପୋଲିସ ଜବତ କରି ତଦନ୍ତ ଚଳାଇଛି। ସୂଚନା ମୁତାବକ, ଅପରାହ୍ନରେ ମୁରାରିପୁର ଗ୍ରାମର କିଛି ପିଲା କେନ୍ଦୁ ଖାଇବାକୁ ସେଠାକୁ ଯାଇଥିଲେ। ଗଛରୁ କେନ୍ଦୁ ତୋଳିବା ସମୟରେ ଗଛରେ ଓହଳିଥିବା ରଶିରେ ଏକ ହାଡ଼ ଓ ତଳେ ପଡ଼ିଥିବା ଖପୁରି ସହ ଖଣ୍ଡବିଖଣ୍ଡିତ ହାଡ଼ ଦେଖିବାକୁ ପାଇଥିଲେ। ପିଲାମାନେ ଏସବୁ ଦୃଶ୍ୟ ହଠାତ୍‌ ଦେଖି ଚକିତ ହୋଇଯାଇଥିଲେ। ପରେ ଏ ସମ୍ପର୍କରେ ଗାଁକୁ ଆସି ପ୍ରକାଶ କରିବାରୁ ଏହା ଦେଖିବା ପାଇଁ ସେଠାରେ ଲୋକଙ୍କ ଭିଡ଼ ଜମିଥିଲା।
ପାଇ ଜେନାପୁର ଥାନାଧିକାରୀ ଉମାକାନ୍ତ ନାୟକଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଆଇ ବାସୁଦେବ ପରିଡ଼ା, ଏଏସ୍‌ଆଇ ମନୋରଞ୍ଜନ ସାମଲ ସଦଳବଳ ସେଠାରେ ପହଞ୍ଚତ୍ ସେସବୁକୁ ଜବତ କରିଥିଲେ। ଚପଲ ଓ ଡ୍ରେସ୍‌ରୁ ଏହା କୌଣସି ପୁରୁଷ କଙ୍କାଳ ବୋଲି ସନ୍ଦେହ କରାଯାଉଛି। ଘଟଣାଟି ଦୀର୍ଘଦିନ ପୂର୍ବରୁ ଘଟିଥିବା ପ୍ରତ୍ୟକ୍ଷଦର୍ଶୀମାନେ ସନ୍ଦେହ ପ୍ରକାଶ କରୁଛନ୍ତି। ତେବେ ଏହି ପୁରୁଷ କିଏ ଓ କାହିଁକି ତାଙ୍କର ମୃତ୍ୟୁ ହେଲା ତାହା ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷରେ କିଛି ମାସ ତଳେ ମୁରାରିପୁର ଗ୍ରାମର ଜଣେ ଯୁବକ ନିଖୋଜ ଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏ ପର୍ଯ୍ୟନ୍ତ ସମ୍ପୃକ୍ତ ଯୁବକଙ୍କ ପରିଚୟ ମିଳିପାରିନାହିଁ। ତେବେ ଜବତ କଙ୍କାଳ ତାଙ୍କର ହୋଇଥାଇ ପାରେ ବୋଲି ଅନୁମାନ କରାଯାଉଛି। ତେଣୁ ଜବତ କଙ୍କାଳ ଓ ଅନ୍ୟ ସାମଗ୍ରୀକୁ ପରୀକ୍ଷା କରି ପୋଲିସ ଏହାର ପର୍ଦ୍ଦାଫାଶ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri