Posted inଜାତୀୟ

ହ୍ୟାଲୋ ମୁଁ ମୋ ଘରର ସମସ୍ତଙ୍କୁ ହତ୍ୟା କରି ଦେଇଛି… ଫୋନ କରି ନିଜେ କଲେ ଆତ୍ମହତ୍ୟା…

ନୂଆଦିଲ୍ଲୀ,୧୬।୫ : ଦିଲ୍ଲୀର ଶାହଦରା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ୪୫ ବର୍ଷ ବୟସ୍କ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ୬ ବର୍ଷର ଝିଅଙ୍କୁ ହତ୍ୟା କରି ଛୁରୀରେ ପୁଅ ଯୁବରାଜଙ୍କୁ ଆକ୍ରମଣ କରିଥିଲେ। ପୁଅ ବଞ୍ଚିଛି ଏବଂ ତାଙ୍କୁ ଜିଟିବି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହତ୍ୟା ପରେ ଏହି ବ୍ୟକ୍ତି ମଧ୍ୟ ଫ୍ୟାନରେ ଫାଶୀ ଦେଇ ଆତ୍ମହତ୍ୟା କରିଛନ୍ତି। ବ୍ୟକ୍ତି ଜଣକ ଦିଲ୍ଲୀ ମେଟ୍ରୋରେ କାମ କରୁଥିଲେ। ସେ କାହିଁକି ଏପରି କଲେ ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ ଏବଂ ପୋଲିସ ଏହାର ଅନୁସନ୍ଧାନ କରୁଛି। ପୋଲିସର ତଦନ୍ତରେ କିଛି ଆଶ୍ଚର୍ଯ୍ୟଜନକ ଘଟଣା ମଧ୍ୟ ସାମ୍ନାକୁ ଆସିଛି।

ଅନୁସନ୍ଧାନରେ ଏହା ମଧ୍ୟ ସାମ୍ନାକୁ ଆସିଛି ଏହି ବ୍ୟକ୍ତି କମ୍ପ୍ୟୁଟରରେ କିପରି ଫାଶୀ ଦେଇ ହେବ ତାହା ସର୍ଚ୍ଚ କରିଥିଲେ। ଡିସିପି ଶାହଦରା ରୋହିତ ମୀନା ମଙ୍ଗଳବାର କହିଛନ୍ତି ପଶ୍ଚିମ ବିନୋଦ ନଗରରେ ଅବସ୍ଥିତ ଡିଏମଆରସି ଡିପୋରେ ସୁଶୀଲ ଜଣେ ସୁପରଭାଇଜର ଥିଲେ। ସ୍ତ୍ରୀ ଅନୁରାଧା, ଝିଅ ଆଦିତି ଏବଂ ପୁଅ ଯୁବରାଜଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। ଏହା ପରେ ସେ ନିଜକୁ ଫାଶୀ ଦେଇଥିଲେ। ତିନିଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପୁଅ ଯୁବରାଜ ଜିଟିବି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ପରିବାର ସଦସ୍ୟଙ୍କୁ ହତ୍ୟା କରିବା ପରେ ସୁଶୀଲଙ୍କୁ ତାଙ୍କ ବନ୍ଧୁଙ୍କଠାରୁ କଲ ଆସିଥିବା କୁହାଯାଉଛି। ସେ ପଚାରିଲେ ତୁମେ କାହିଁକି ଡ୍ୟୁଟିକୁ ଆସିନାହଁ? ଏହାର ଉତ୍ତରରେ ସୂଶୀଲ କହିଥିଲେ ହ୍ୟାଲୋ ମୁଁ ମୋ ଘରର ସମସ୍ତ ସଦସ୍ୟଙ୍କୁ ହତ୍ୟା କରିଦେଇଛି ଏବଂ ବର୍ତ୍ତମାନ ନିଜେ ଆତ୍ମହତ୍ୟା କରିବାକୁ ଯାଉଛି। ଏହା ପରେ ତାଙ୍କ ବନ୍ଧୁ ପୋଲିସକୁ ସୂଚନା ଦେଇଥିଲେ। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା।

ମଧ୍ୟାହ୍ନ ପ୍ରାୟ ୧୨ ଟା ସମୟରେ ଦିଲ୍ଲୀ ପୋଲିସ ପିସିଆର କଲ ପାଇଥିଲା। ଘଟଣାସ୍ଥଳରେ ପହଞ୍ଚିଥିବା ପୋଲିସ ବିଭିନ୍ନ ଦିଗରୁ ଯାଞ୍ଚ କରୁଛି। ରାସ୍ତାରେ ରହୁଥିବା ଲୋକଙ୍କୁ ମଧ୍ୟ ପୋଲିସ ପଚରାଉଚରା କରୁଛି। ମୃତଦେହଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ପୋଲିସ ଏକ ସୁଇସାଇଡ ନୋଟ ମଧ୍ୟ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?