‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ ପ୍ରଚାର ପାଇଁ ସରକାର ଲକ୍ଷ ଲକ୍ଷ ଟଙ୍କା ପାଣି ପରି ଖର୍ଚ୍ଚ କରୁଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ସମ୍ପୂର୍ଣ୍ଣ ଅଲଗା । ୨୦୨୩-୨୪ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନାରୁ ୨୦ ଲକ୍ଷ ଟଙ୍କା ବ୍ୟୟରେ ଆରମ୍ଭ ହୋଇଥିବା ସଂଗ୍ରହାଳୟ ପ୍ରକଳ୍ପ ଏବେ ବିଭାଗୀୟ ଅବହେଳା ଓ ଦୁର୍ନୀତିର ମୂକସାକ୍ଷୀ ପାଲଟିଛି। ସଂଗ୍ରହାଳୟର ଅର୍ଥ ହେଉଛି ପାରମ୍ପରିକ ଜ୍ଞାନ, ଅସ୍ତ୍ରଶସ୍ତ୍ର ଓ ବେଶଭୂଷାର ସଂରକ୍ଷଣ।
ମାତ୍ର  କୋଷାବରାରେ ନିର୍ମାଣାଧୀନ ଏହି ଗୃହରେ ନା ଅଛି ପ୍ରାଚୀନ ସାମଗ୍ରୀ, ନା ଅଛି ସଂଗ୍ରହ ପାଇଁ କୌଣସି ଆନ୍ତରିକତା। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ, କେବଳ କୋଠା ନିର୍ମାଣ କରି ଟଙ୍କା ହଡ଼ପ କରିବା ପାଇଁ ଏହା ଏକ ପ୍ରୟାସ। “ସାମଗ୍ରୀ ନାହିଁ ତ ସଂଗ୍ରହାଳୟ କାହିଁକି?” ଏହି ପ୍ରଶ୍ନ ଏବେ ଅଞ୍ଚଳବାସୀଙ୍କ ମନରେ ଆନ୍ଦୋଳନ ସୃଷ୍ଟି କଲାଣି। ପଞ୍ଚାୟତ ସମିତି ଓ ଜିଲା ପରିଷଦର ତତ୍ତ୍ୱାବଧାନରେ ଚାଲିଥିବା ଏହି କାର୍ଯ୍ୟର ମାନ ଅତ୍ୟନ୍ତ ନିମ୍ନମାନର ବୋଲି ବୁଦ୍ଧିଜୀବୀମାନେ ଅଭିଯୋଗ କରିଛନ୍ତି। ରଙ୍ଗହୀନ କୋଠା ଓ ଅଧାପନ୍ତରିଆ କାନ୍ଥ ଦର୍ଶାଉଛି ଯେ, ସରକାରୀ ଅର୍ଥର ବ୍ୟାପକ ବାଟମାରଣା ହୋଇଛି। ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମଧ୍ୟରେ ଥିବା ସଲାସୁତୁରା ଯୋଗୁ ପ୍ରକଳ୍ପଟି ଆଜି ଅସମାପ୍ତ ଅବସ୍ଥାରେ ପଡ଼ିରହିଛି। ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ଆସୁଥିବା ପର୍ଯ୍ୟଟକମାନେ ଏହି ବିପର୍ଯ୍ୟସ୍ତ ସଂଗ୍ରହାଳୟକୁ ଦେଖି ରାଜ୍ୟ ପର୍ଯ୍ୟଟନ ବିଭାଗର ଦକ୍ଷତା ଉପରେ ପ୍ରଶ୍ନ ଉଠାଉଛନ୍ତି। ପୂର୍ବ ସରକାରଙ୍କ ଯୋଜନାକୁ ବର୍ତ୍ତମାନର ପ୍ରଶାସନ ଗୁରୁତ୍ୱ ନ ଦେବା ଫଳରେ ଏହା ଏକ ‘ଶୋ-ପିସ’ରେ ପରିଣତ ହେବାକୁ ଯାଉଛି। ଜିଲା ପ୍ରଶାସନ ଏହି ପ୍ରକଳ୍ପର ସ୍ଥିତି ସ୍ପଷ୍ଟ କରିବା ସହ ତୁରନ୍ତ ସାମଗ୍ରୀ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରିବାକୁ ସାଧାରଣରେ ଦାବି ହେଉଛି। ଯଦି କାର୍ଯ୍ୟ ତ୍ୱରାନୱିତ ନହୁଏ, ତେବେ ଆଗାମୀ ଦିନରେ ଜନତାଙ୍କ ଅଦାଲତରେ ପ୍ରଶାସନକୁ ଜବାବ ଦେବାକୁ ପଡ଼ିବ ବୋଲି ଚେତାବନୀ ଦିଆଯାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

୮ ଫୁଟର ଅଜଗର ଉଦ୍ଧାର

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ…

ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ…

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା…

ଐତିହାସିକ ବାଣିଜ୍ୟ ଚୁକ୍ତି ପୂର୍ବରୁ ଇୟୁ ମୁଖ୍ୟଙ୍କ ବଡ଼ ବୟାନ, “ସଫଳ ଭାରତ ବିଶ୍ୱକୁ ରଖିବ ସ୍ଥିର”

ନୂଆଦିଲ୍ଲୀ ,୨୬ା୧: ୟୁରୋପୀୟ ସଂଘ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର ଲେୟେନ୍ ଭାରତର ଆର୍ଥିକ ସ୍ଥିତିକୁ ନେଇ ବଡ ବୟାନ ଦେଇଛନ୍ତି। ସୋମବାର ସେ କହିଛନ୍ତି ଯେ,…

ନବ ନିର୍ମିିତ ଖେଳ ପଡ଼ିଆ ଉଦ୍‌ଘାଟନ କଲେ ମନ୍ତ୍ରୀ

କେସିଙ୍ଗା,୨୬।୧(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନବ ନିର୍ମିତ ଖେଳ ପଡିଆକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri