‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ ପ୍ରଚାର ପାଇଁ ସରକାର ଲକ୍ଷ ଲକ୍ଷ ଟଙ୍କା ପାଣି ପରି ଖର୍ଚ୍ଚ କରୁଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ସମ୍ପୂର୍ଣ୍ଣ ଅଲଗା । ୨୦୨୩-୨୪ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନାରୁ ୨୦ ଲକ୍ଷ ଟଙ୍କା ବ୍ୟୟରେ ଆରମ୍ଭ ହୋଇଥିବା ସଂଗ୍ରହାଳୟ ପ୍ରକଳ୍ପ ଏବେ ବିଭାଗୀୟ ଅବହେଳା ଓ ଦୁର୍ନୀତିର ମୂକସାକ୍ଷୀ ପାଲଟିଛି। ସଂଗ୍ରହାଳୟର ଅର୍ଥ ହେଉଛି ପାରମ୍ପରିକ ଜ୍ଞାନ, ଅସ୍ତ୍ରଶସ୍ତ୍ର ଓ ବେଶଭୂଷାର ସଂରକ୍ଷଣ।
ମାତ୍ର  କୋଷାବରାରେ ନିର୍ମାଣାଧୀନ ଏହି ଗୃହରେ ନା ଅଛି ପ୍ରାଚୀନ ସାମଗ୍ରୀ, ନା ଅଛି ସଂଗ୍ରହ ପାଇଁ କୌଣସି ଆନ୍ତରିକତା। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ, କେବଳ କୋଠା ନିର୍ମାଣ କରି ଟଙ୍କା ହଡ଼ପ କରିବା ପାଇଁ ଏହା ଏକ ପ୍ରୟାସ। “ସାମଗ୍ରୀ ନାହିଁ ତ ସଂଗ୍ରହାଳୟ କାହିଁକି?” ଏହି ପ୍ରଶ୍ନ ଏବେ ଅଞ୍ଚଳବାସୀଙ୍କ ମନରେ ଆନ୍ଦୋଳନ ସୃଷ୍ଟି କଲାଣି। ପଞ୍ଚାୟତ ସମିତି ଓ ଜିଲା ପରିଷଦର ତତ୍ତ୍ୱାବଧାନରେ ଚାଲିଥିବା ଏହି କାର୍ଯ୍ୟର ମାନ ଅତ୍ୟନ୍ତ ନିମ୍ନମାନର ବୋଲି ବୁଦ୍ଧିଜୀବୀମାନେ ଅଭିଯୋଗ କରିଛନ୍ତି। ରଙ୍ଗହୀନ କୋଠା ଓ ଅଧାପନ୍ତରିଆ କାନ୍ଥ ଦର୍ଶାଉଛି ଯେ, ସରକାରୀ ଅର୍ଥର ବ୍ୟାପକ ବାଟମାରଣା ହୋଇଛି। ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମଧ୍ୟରେ ଥିବା ସଲାସୁତୁରା ଯୋଗୁ ପ୍ରକଳ୍ପଟି ଆଜି ଅସମାପ୍ତ ଅବସ୍ଥାରେ ପଡ଼ିରହିଛି। ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ଆସୁଥିବା ପର୍ଯ୍ୟଟକମାନେ ଏହି ବିପର୍ଯ୍ୟସ୍ତ ସଂଗ୍ରହାଳୟକୁ ଦେଖି ରାଜ୍ୟ ପର୍ଯ୍ୟଟନ ବିଭାଗର ଦକ୍ଷତା ଉପରେ ପ୍ରଶ୍ନ ଉଠାଉଛନ୍ତି। ପୂର୍ବ ସରକାରଙ୍କ ଯୋଜନାକୁ ବର୍ତ୍ତମାନର ପ୍ରଶାସନ ଗୁରୁତ୍ୱ ନ ଦେବା ଫଳରେ ଏହା ଏକ ‘ଶୋ-ପିସ’ରେ ପରିଣତ ହେବାକୁ ଯାଉଛି। ଜିଲା ପ୍ରଶାସନ ଏହି ପ୍ରକଳ୍ପର ସ୍ଥିତି ସ୍ପଷ୍ଟ କରିବା ସହ ତୁରନ୍ତ ସାମଗ୍ରୀ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରିବାକୁ ସାଧାରଣରେ ଦାବି ହେଉଛି। ଯଦି କାର୍ଯ୍ୟ ତ୍ୱରାନୱିତ ନହୁଏ, ତେବେ ଆଗାମୀ ଦିନରେ ଜନତାଙ୍କ ଅଦାଲତରେ ପ୍ରଶାସନକୁ ଜବାବ ଦେବାକୁ ପଡ଼ିବ ବୋଲି ଚେତାବନୀ ଦିଆଯାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?