ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ ଲେଖାଇବାକୁ ଥିବା ବେଳେ ନାମ ଲେଖାଇବା ପୂର୍ବରୁ ଯୁବ ଭାଜପା ନେତା ତଥା ଆଦର୍ଶ ସେବା ସଂଘର ସଭାପତି ଯଜ୍ଞ ପ୍ରସାଦ ସାହୁ ସହଯୋଗ କରିଛନ୍ତି। ସୁଦାମ ନିଟ୍‌ ପରୀକ୍ଷାରେ ଓଡ଼ିଶାରେ ଅଧିବାସୀ ବର୍ଗରେ ୧୨୬ ନମ୍ବର ସ୍ଥାନରେ ଥିଲେ। ବାପା ସୋମନାଥ ହଁାସଦାଙ୍କ କିଡ୍‌ନୀ ସମସ୍ୟା ରହିଥିବା ବେଳେ ମାଆ ମଜୁରୀ ଖଟନ୍ତି। ୫ ଝିଅ ଓ ଏକମାତ୍ର ପୁଅ ସୁଦାମକୁ ପାଠ ପଢ଼ାଇବା ଏକପ୍ରକାର ଅସମ୍ଭବ ଥିଲା।

ଏ ସମ୍ପର୍କରେ ଖବର ପାଇ ଯୁବ ଭାଜପା ନେତା ଯଜ୍ଞ ପ୍ରସାଦ ସୁଦାମଙ୍କ ପରିବାରବର୍ଗଙ୍କୁ ଗତ ୨୧ ତାରିଖରେ ଭେଟିଥିଲେ। ୭ ଦିନ ମଧ୍ୟରେ ଡାକ୍ତରୀ ନାମଲେଖା ସହ ସମ୍ପୂର୍ଣ୍ଣ ପଢ଼ା ଖର୍ଚ୍ଚ ସେ ଯୋଗାଡ଼ କରି ବ୍ୟବସ୍ଥା କରାଇବେ ବୋଲି କଥା ଦେଇଥିଲେ। ସୁଦାମଙ୍କୁ ଅଢ଼େଇ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। ସେହିପରି ପ୍ରତିମାସ ହଷ୍ଟେଲ ଖର୍ଚ୍ଚ ବାବଦକୁ ୫ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ସୁଦାମଙ୍କୁ ବିଭିନ୍ନ ବର୍ଗର ଲୋକେ ମଧ୍ୟ ସହାୟତା କରିଛନ୍ତି। ସୁଦାମ ସୂଚନା ଦେଇ କହିଛନ୍ତି, ଯଜ୍ଞ ପ୍ରସାଦଙ୍କ ସହଯୋଗରେ ସେ ୪ ଦିନ ତଳେ ଭୁବନେଶ୍ୱର ଯାଇଥିଲେ। ସେଠାରେ ବିଭିନ୍ନ ବ୍ୟକ୍ତି ବିଶେଷ ଆସି ସୁଦାମଙ୍କ ଭେଟି ସହଯୋଗର କଥା ଦେଇଥିଲେ। ସାହୁଙ୍କ ପରାମର୍ଶକ୍ରମେ ସୁଦାମଙ୍କ ସମସ୍ତେ ସହଯୋଗ କରିଛନ୍ତି। ସୁଦାମଙ୍କ ଆକାଉଣ୍ଟକୁ ୬୨ ହଜାର ଟଙ୍କା ପ୍ରଦାନ କରାଯାଇଥିବା ଯଜ୍ଞ ପ୍ରସାଦ ସୂଚନା ଦେଇଛନ୍ତି। ଏହି ଅବସରରେ ଯୁବ ସାମାଜିକକର୍ମୀ ଦୈତାରୀ ମହାକୁଡ଼, ଛାତ୍ର ନେତା ପ୍ରସନ୍ନଜିତ ସାହୁ, ରୂପ ରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri