କୋଭିଡ୍‌ରେ ଅନାଥ ଶିଶୁଙ୍କୁ ସହାୟତା ଦିଅ

ନୂଆଦିଲ୍ଲୀ, ୨୯।୫: କରୋନା ମହାମାରୀ ଦେଶରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। ଫଳରେ କେତେ ପିଲା ଯେ ସେମାନଙ୍କ ମାଆବାପାଙ୍କୁ ହରାଇ ଅନାଥ ହୋଇଛନ୍ତି, ତାହା କଳ୍ପନା କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତୁରନ୍ତ ଅନାଥ ଶିଶୁମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ସହାୟତା ଯୋଗାଇଦେବା ପାଇଁ ସର୍ବୋଚ୍ଚ ଅଦାଲତ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀରେ ମାଆବାପାଙ୍କୁ ହରାଇ ରାସ୍ତାରେ ଖାଲି ପେଟରେ ବୁଲୁଥିବା ପିଲାମାନଙ୍କ ଯନ୍ତ୍ରଣାକୁ ହୃଦୟଙ୍ଗମ କର ଏବଂ କାଳ ବିଳମ୍ବ ନ କରି ତୁରନ୍ତ ସେମାନଙ୍କ ଯତ୍ନ ନେବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଅ ବୋଲି ରାଜ୍ୟ ସରକାରଙ୍କୁ ସର୍ବୋଚ୍ଚ ଅଦାଲତ କହିଛନ୍ତି।
ଜିଲା ପ୍ରଶାସନଗୁଡ଼ିକ ସେମାନଙ୍କ ଅଞ୍ଚଳରେ ଥିବା ଅନାଥ ଶିଶୁଙ୍କୁ ଚିହ୍ନଟ କରି ସେମାନଙ୍କ ବିବରଣୀ ଜାତୀୟ ଶିଶୁ ସୁରକ୍ଷା କମିଶନ (ଏନ୍‌ସିପିସିଆର୍‌) ଓ୍ବେବ୍‌ସାଇଟରେ ଶନିବାର ସନ୍ଧ୍ୟା ସୁଦ୍ଧା ଅପ୍‌ଲୋଡ୍‌ କରିବା ଲାଗି ବିଚାରପତି ଏଲ୍‌.ଏନ୍‌. ରାଓ ଏବଂ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଅନାଥ ଶିଶୁଙ୍କୁ ଚିହ୍ନଟ କରି ସହାୟତା ଯୋଗାଇବା ପାଇଁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେବା ଲାଗି ଆମିକସ୍‌ କ୍ୟୁରି ଗୌରବ ଅଗ୍ରଓ୍ବାଲ୍‌ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଅନାଥ ଶିଶୁମାନଙ୍କର ସ୍ଥିତି କ’ଣ ଏବଂ ସେମାନଙ୍କୁ ତୁରନ୍ତ ସହାୟତା ଯୋଗାଇବା ଲାଗି ରାଜ୍ୟ ସରକାର କ’ଣ ପଦକ୍ଷେପ ନେଇଛନ୍ତି, ତାହା ରାଜ୍ୟ ସରକାର ଜଣାଇବାକୁ ଖଣ୍ଡପୀଠ କହିଛନ୍ତି।
ମହାରାଷ୍ଟ୍ରରେ ୨,୯୦୦ରୁ ଊର୍ଦ୍ଧ୍ୱ ଶିଶୁ ମହାମାରୀରେ ସେମାନଙ୍କ ମାଆ କିମ୍ବା ବାପା ଅଥବା ଉଭୟଙ୍କୁ ହରାଇଛନ୍ତି। ତେବେ ଦେଶରେ ପ୍ରକୃତରେ କେତେ ଶିଶୁ ଅନାଥ ହୋଇଛନ୍ତି, ତା’ର ପ୍ରକୃତ ସଂଖ୍ୟା କାହା ପାଖରେ ନାହିଁ ବୋଲି ଖଣ୍ଡପୀଠ କହିଥିଲେ। କାରୋନାରେ ମାଆବାପାଙ୍କୁ ହରାଇଥିବା ପିଲାମାନଙ୍କୁ ସୁରକ୍ଷା ଯୋଗାଇଦେବା ଲାଗି କେନ୍ଦ୍ର ସରକାର ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ଆଡଭାଇଜରି ଜାରି କରିଥିଲେ। ଏଭଳି ପିଲାମାନଙ୍କୁ ଚିହ୍ନଟ କରି ସହାୟତା ଯୋଗାଇଦେବା କର୍ତ୍ତୃପକ୍ଷଙ୍କ ଦାୟିତ୍ୱ ବୋଲି ବାଳ ଅପରାଧ ଆଇନର ବିଭିନ୍ନ ଧାରାର ଉଦାହରଣ ଦେଇ ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri