ଅସହାୟ ପରିବାରକୁ ସାହା ଜରି ପାଲ

ଜଗନ୍ନାଥପ୍ରସାଦ,୧୩।୨(ଡି.ଏନ.ଏ.)- ପ୍ରଶାସନ ଓ ରାଜନେତାଙ୍କ ଦୃଷ୍ଟି ଆଢୁଆଳରେ ରହିଯାଇଛନ୍ତି ଗଞ୍ଜାମ ଜିଲା ଗୟଗଣ୍ଡା ପଞ୍ଚାୟତ ଅନ୍ତର୍ଗତ କେ ଗୁଣ୍ଡୁରୀବାଡ଼ି ବାବୁଲା ମହାରଣାଙ୍କ ପରିବାର। ଭାଗ୍ୟକୁ ଆଦରି ଦୁଇ ପୁଅଙ୍କ ଭବିଷ୍ୟତକୁ ନେଇ ଭଙ୍ଗା ଚାଳିଆରେ ପଡ଼ିରହିଛନ୍ତି। ଚାଳ ଛପର ଘର ଖଣ୍ଡିକ ବର୍ଷାରେ ଭାଙ୍ଗି ଯାଇଥିବା ବେଳେ ଛିଣ୍ଡା ପଲିଥିନ ଢାଙ୍କି ସେମାନଙ୍କୁ ମୁଣ୍ଡ ଗୁଞ୍ଜିବାକୁ ପଡୁଛି। ବର୍ଷା ହେଲେ ଘର ଭିତରେ ଆଣ୍ଠୁଏ ପାଣି ଜମା ହେଉଥିବା ବେଳେ ଚୁଲିରେ ପାଣି ପଶିଯାଉଛି। ଭାଡ଼ିବାନ୍ଧି ସନ୍ତସନ୍ତିଆ ଘରେ ରହୁଥିବା ବେଳେ ଅଧିକାଂଶ ସମୟରେ ପିଲାମାନଙ୍କ ସ୍ବାସ୍ଥ୍ୟ ଖରାପ ହେଉଛି। ସରକାରଙ୍କ ପକ୍ଷରୁ ସେମାନଙ୍କୁ ମିଳୁଥିବା ୩୫କେଜି ଚାଉଳ ମାସକ ପୂର୍ବରୁ ଶେଷ ହୋଇଥାଏ। ଅବଶିଷ୍ଟ ଦିନଗୁଡିକ ମୂଲ ମଜୁରୀ କରି କୌଣସି ମତେ ଗୁଜୁରାଣ ମେଣ୍ଟାଇବାକୁ ପଡ଼ିଥାଏ ବୋଲି ବାବୁଲା କୁହନ୍ତି। ଆବାସ ଯୋଜନାରେ ଘରଟିଏ ପାଇଁ ବାରମ୍ବାର ପଞ୍ଚାୟତ କାର୍ଯ୍ୟାଳୟରେ ଅଭିଯୋଗ କରିବା ପରେ ମଧ୍ୟ ତାଙ୍କ ସମସ୍ୟା ପ୍ରତି ଦୃଷ୍ଟି ଦିଆଯାଉ ନଥିବା ବାବୁଲା ପରିବାର ଲୋକେ କୁହନ୍ତି। ତେବେ ଗରିବ ହିତାଧିକାରୀଙ୍କ ପାଇଁ ପ୍ରଣୟନ ହେଉଥିବା ଯୋଜନାଗୁଡ଼ିକ ପ୍ରକୃତ ହିତାଧିକାରୀ ପାଇପାରୁ ନାହାନ୍ତି ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ଏହି ପଞ୍ଚାୟତ ସରପଞ୍ଚଙ୍କ ଅକାଳ ବିୟୋଗ ପରେ ନାଏବ ସରପଞ୍ଚ ଦାୟିତ୍ୱ ସମ୍ଭାଳି ଥିଲେ। ସେବେଠାରୁ ପଞ୍ଚାୟତର କୌଣସି ଉନ୍ନୟନମୂଳକ କାର୍ଯ୍ୟ ହୋଇନଥିବା ସାଧାରଣରେ ଅଭିଯୋଗ ହେଉଛି। ଏନେଇ ଜିଆର୍‌ଏସ୍‌ ପିତାମ୍ବର ସାହୁଙ୍କୁ ପଚାରିବାରୁ ବର୍ତ୍ତମାନ ଦୁଇ ବର୍ଷ ଧରି ସରକାରୀ ସ୍ତରରେ ଲିଷ୍ଟ ଆସି ନ ଥିବାରୁ ପକ୍କା ଘର ଦିଆଯାଇପାରିନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri