ଅସହାୟ ପରିବାରକୁ ସାହା ଜରି ପାଲ

ଜଗନ୍ନାଥପ୍ରସାଦ,୧୩।୨(ଡି.ଏନ.ଏ.)- ପ୍ରଶାସନ ଓ ରାଜନେତାଙ୍କ ଦୃଷ୍ଟି ଆଢୁଆଳରେ ରହିଯାଇଛନ୍ତି ଗଞ୍ଜାମ ଜିଲା ଗୟଗଣ୍ଡା ପଞ୍ଚାୟତ ଅନ୍ତର୍ଗତ କେ ଗୁଣ୍ଡୁରୀବାଡ଼ି ବାବୁଲା ମହାରଣାଙ୍କ ପରିବାର। ଭାଗ୍ୟକୁ ଆଦରି ଦୁଇ ପୁଅଙ୍କ ଭବିଷ୍ୟତକୁ ନେଇ ଭଙ୍ଗା ଚାଳିଆରେ ପଡ଼ିରହିଛନ୍ତି। ଚାଳ ଛପର ଘର ଖଣ୍ଡିକ ବର୍ଷାରେ ଭାଙ୍ଗି ଯାଇଥିବା ବେଳେ ଛିଣ୍ଡା ପଲିଥିନ ଢାଙ୍କି ସେମାନଙ୍କୁ ମୁଣ୍ଡ ଗୁଞ୍ଜିବାକୁ ପଡୁଛି। ବର୍ଷା ହେଲେ ଘର ଭିତରେ ଆଣ୍ଠୁଏ ପାଣି ଜମା ହେଉଥିବା ବେଳେ ଚୁଲିରେ ପାଣି ପଶିଯାଉଛି। ଭାଡ଼ିବାନ୍ଧି ସନ୍ତସନ୍ତିଆ ଘରେ ରହୁଥିବା ବେଳେ ଅଧିକାଂଶ ସମୟରେ ପିଲାମାନଙ୍କ ସ୍ବାସ୍ଥ୍ୟ ଖରାପ ହେଉଛି। ସରକାରଙ୍କ ପକ୍ଷରୁ ସେମାନଙ୍କୁ ମିଳୁଥିବା ୩୫କେଜି ଚାଉଳ ମାସକ ପୂର୍ବରୁ ଶେଷ ହୋଇଥାଏ। ଅବଶିଷ୍ଟ ଦିନଗୁଡିକ ମୂଲ ମଜୁରୀ କରି କୌଣସି ମତେ ଗୁଜୁରାଣ ମେଣ୍ଟାଇବାକୁ ପଡ଼ିଥାଏ ବୋଲି ବାବୁଲା କୁହନ୍ତି। ଆବାସ ଯୋଜନାରେ ଘରଟିଏ ପାଇଁ ବାରମ୍ବାର ପଞ୍ଚାୟତ କାର୍ଯ୍ୟାଳୟରେ ଅଭିଯୋଗ କରିବା ପରେ ମଧ୍ୟ ତାଙ୍କ ସମସ୍ୟା ପ୍ରତି ଦୃଷ୍ଟି ଦିଆଯାଉ ନଥିବା ବାବୁଲା ପରିବାର ଲୋକେ କୁହନ୍ତି। ତେବେ ଗରିବ ହିତାଧିକାରୀଙ୍କ ପାଇଁ ପ୍ରଣୟନ ହେଉଥିବା ଯୋଜନାଗୁଡ଼ିକ ପ୍ରକୃତ ହିତାଧିକାରୀ ପାଇପାରୁ ନାହାନ୍ତି ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ଏହି ପଞ୍ଚାୟତ ସରପଞ୍ଚଙ୍କ ଅକାଳ ବିୟୋଗ ପରେ ନାଏବ ସରପଞ୍ଚ ଦାୟିତ୍ୱ ସମ୍ଭାଳି ଥିଲେ। ସେବେଠାରୁ ପଞ୍ଚାୟତର କୌଣସି ଉନ୍ନୟନମୂଳକ କାର୍ଯ୍ୟ ହୋଇନଥିବା ସାଧାରଣରେ ଅଭିଯୋଗ ହେଉଛି। ଏନେଇ ଜିଆର୍‌ଏସ୍‌ ପିତାମ୍ବର ସାହୁଙ୍କୁ ପଚାରିବାରୁ ବର୍ତ୍ତମାନ ଦୁଇ ବର୍ଷ ଧରି ସରକାରୀ ସ୍ତରରେ ଲିଷ୍ଟ ଆସି ନ ଥିବାରୁ ପକ୍କା ଘର ଦିଆଯାଇପାରିନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?