୫୦୦ରୁ ଅଧିକ ପରିବାରକୁ ଗୃହନିର୍ମାଣ ସହାୟତା

ଭୁବନେଶ୍ୱର,୧୧।୧୧:ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସିଏସ୍‌ଆର୍‌ ଶାଖା ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ‘ପ୍ରୋଜେକ୍ଟ ଆସିଆନା’ର ଶୁଭାରମ୍ଭ କରାଯାଇଛି। ଉକ୍ତ ପ୍ରକଳ୍ପ ଜରିଆରେ ଦେଶର ଆର୍ଥିକ ଦୁର୍ବଳ ପରିବାରକୁ ଗୃହନିର୍ମାଣର ସହାୟତା ଯୋଗାଇଦିଆଯିବ। ଏପରିକି ପ୍ରଥମ ପର୍ଯ୍ୟାୟରେ ଉକ୍ତ ପ୍ରକଳ୍ପରୁ ସହାୟତା ପାଇଁ ୫୨୯ ଜଣ ଆର୍ଥିକ ଦୁର୍ବଳ ଲୋକଙ୍କୁ ଚିହ୍ନଟ କରାଯାଇଛି। ଉଲ୍ଲେଖଯୋଗ୍ୟ , ଓଡ଼ିଶାର ଅନୁଗୋଳ, ରାୟଗଡ଼, ବଡ଼ବିଲ, ଟେନ୍‌ସା ଏବଂ ଭୁବନେଶ୍ୱର ସମେତ ନୂଆଦିଲ୍ଲୀରୁ ହାଇବ୍ରିଡ୍‌ ଜରିଆରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉକ୍ତ ପ୍ରକଳ୍ପର ଶୁଭାରମ୍ଭ କରି ଜେଏସ୍‌ପି ଫାଉଣ୍ଡେଶନର ଚେୟାରପର୍ସନ୍‌ ଶାଲୁ ଜିନ୍ଦଲ କହିଥିଲେ, ପ୍ରତ୍ୟେକ ପରିବାର ପାଇଁ ବାସଗୃହ ଏକ ସ୍ବପ୍ନ । କିନ୍ତୁ ଦୁର୍ବଳ ଆର୍ଥିକ ଅବସ୍ଥା କିଛି ଲୋକଙ୍କୁ ନିଜ ଘର ନିର୍ମାଣରୁ ବଞ୍ଚିତ କରିଥାଏ। ହେଲେ ଲୋକଙ୍କ ଜୀବନଶୈଳୀରେ ଉନ୍ନତି ଆଣିବାକୁ ଜେଏସ୍‌ପି ଫାଉଣ୍ଡେଶନ ନିରନ୍ତର ପ୍ରୟାସ କରିଆସୁଛି ଏବଂ ‘ପ୍ରୋଜେକ୍ଟ ଆସିଆନା’ କାର୍ଯ୍ୟକ୍ରମରେ ୫୦୦ରୁ ଅଧିକ ପରିବାରକୁ ସେମାନଙ୍କର ସ୍ବପ୍ନର ଘର ନିର୍ମାଣ କରିବାରେ ସହାୟତା ପ୍ରଦାନ କରୁଛି। ଉକ୍ତ ପ୍ରକଳ୍ପ ଅଧୀନରେ ଭାରତର ୧୩ଟି ରାଜ୍ୟରୁ ମୋଟ ୫୨୯ ପରିବାର ଆର୍ଥିକ ସହାୟତା ପାଇଁ ଚୟନ କରାଯାଇଛି। ସେହିପରି ଉକ୍ତ କାର୍ଯ୍ୟକ୍ରମ ଜରିଆରେ ମଧ୍ୟ ସେମାନଙ୍କୁ ଆର୍ଥିକ ଅନୁଦାନ ପାଇଁ ଆୱାର୍ଡ ଲେଟର ପ୍ରଦାନ କରାଯାଇଥିଲା। ପ୍ରୋଜେକ୍ଟ ଆସିଆନା ଅଧୀନରେ ମନୋନୀତ ପରିବାରକୁ ୨,୫୦,୦୦୦ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଫାଉଣ୍ଡେଶନର ମୂଲ୍ୟାଙ୍କନ ଉପରେ ଆଧାରକରି ସେମାନଙ୍କ ବାସଗୃହ ତଥା ଶୌଚାଳୟ, ପାନୀୟ ଜଳ ଏବଂ ବିଦ୍ୟୁତୀକରଣ ଭଳି ସୁବିଧା ନିର୍ମାଣ କରିବା ପାଇଁ ଏହି ସହାୟତା ପ୍ରଦାନ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri