ଚଳନ୍ତା ବସ୍‌ରୁ ଖସିପଡ଼ିଲେ ହେଲପର

ଜମନକିରା,୭ା୧୦(ଡି.ଏନ.ଏ.): ଜମନକିରା ବ୍ଲକ୍‌ କୁଚିଣ୍ଡା ଥାନା ଅଧୀନ କେନାଢ଼ିପା ନିକଟ ରାସ୍ତାରେ ବସ୍‌ରୁ ଖସିପଡି ହେଲପରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନ ଅଞ୍ଚଳର ସଞ୍ଜୟ ବେହେରା(୨୬)।

ସୂଚନା ଅନୁଯାୟୀ ଝାରସୁୁଗୁଡ଼ାରୁ ପାଟମେଶ୍ୱରୀ (ଓଡ଼ି୧୫ଏଫ୍‌-୯୫୧୨) ନାମକ ଏକ ଘରୋଇ ବସ୍‌ ଜମନକିରା ଆସୁଥିଲା। କେନାଢ଼ିପା ନିକଟ ବୁଲାଣି ରାସ୍ତାରେ ହେଲପର ସଞ୍ଜୟ ଗାଡି ଗେଟ ପାଖରେ ଥିବା ବେଳେ ହଠାତ୍‌ ଛିଟିକି ପଡ଼ି ବସ୍‌ ପଛ ଚକ୍‌ ତଳେ ଚାପି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ଚାଳକ ଓ କଣ୍ଡକ୍ଟର ଫେରାର ହୋଇଯାଇଥିଲେ। ଏଥିରେ ବସ୍‌ ଯାତ୍ରୀଙ୍କ କୌଣସି କ୍ଷତି ହୋଇନାହିଁ। କୁଚିଣ୍ଡା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଗୁରୁବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ କୁଚିଣ୍ଡା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri