ବେଆଇନ ପାର୍କିଂ ଯୋଗୁଁ ଦୂର୍ଘଟଣା,ହେଲପର ମୃତ

କେନ୍ଦୁଝର, ୨୩ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୦ର ବାଇପାସ ରାସ୍ତା ସିଦ୍ଧମଠ ନିକଟରେ ଏକ ଦୁର୍ଘଟଣା ଘଟିଛି। ବେଆଇନ ପାର୍କିଂ କରିଥିବା ଏକ ଟ୍ରକ ପଛ ପଟରେ ଆଉ ଏକ ଟ୍ରକ୍‌ ଧକ୍କା ଦେବାରୁ ଟ୍ରକର ହେଲପରଙ୍କର ମୃତ୍ୟୁ ହୋଇଛି । ମୃତ ହେଲପର ହେଲେ ନୁନୁଚାନ୍ଦ ମାହାତୋ(୧୯)ବର୍ଷ। ତାଙ୍କ ଘର ଝାଡଖଣ୍ଡ ରାଜ୍ୟ ବୋକାରୋର ବୋଲି ଜଣାପଡିଛି। ଶୁକ୍ରବାର ଭୋର ପ୍ରାୟ ୪ ଟା ରେ ଦୁର୍ଘଟଣା ହୋଇଛି । ଦୂର୍ଘଟଣା ପରେ ପୋଲିସ ଏବଂ ଅଗ୍ନିଶମ ବିଭାଗ ଘଟଣାସ୍ଥଳକୁ ଯାଇ କଟର ମେସିନରେ ଗାଡିରେ ଚାପି ହୋଇ ଯାଇଥିବା ହେଲପରଙ୍କୁୁ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ ହେଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଲୁହାପଥର ବୋଝେଇ ଟ୍ରକ୍‌ ଓଡି ୦୪ ଆର ୫୧୭୮ର ରୁଙ୍ଗଟା ଖଣିରୁ ଗୋପାଳପୁର ପୋର୍ଟ ଅଭିମୁଖେ ଯାଉଥିବାବେଳେ ଗାଡି ଚକା ଲିକ ହେବାରୁ ବାଇପାସ ରାସ୍ତାରେ ଛିଡା ହୋଇଥିଲା। ସେହି ସମୟରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଓଡି ୨୩ ଏନ ୩୦୯୯ ଘଟଗାଁ ଅଭିମୁଖେ ଯାଉଥିବାବେଳେ ପଛପଟୁ ଧକ୍କା ଦେଇଥିଲା । ଟାଉନ ପୋଲିସ କେସ ନଂ ୨୫୦ ତା ୨୩/୦୬/୨୦୨୩ ରେ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ।

ରାଜପଥ କଡରେ ବେଆଇନ ପାର୍କିଂ ଯୋଗୁଁ ଦୁର୍ଘଟଣା ବଢୁଛି । ବାଇପାସ ରାସ୍ତାରେ ଲୁହାପଥର ପରିବହନ କରୁଥିବା ଭାରିଯାନ ଗୁଡିକ ନିୟମିତ ଗାଡି ଛିଡା କରୁଛନ୍ତି । ଏହି ବେଆଇନ ପାର୍କିଂ ଉପରେ ପୋଲିସ ଏବଂ ପରିବହନ ବିଭାଗ ପକ୍ଷରୁ ଲଗାମ ଲଗାଯାଉ ନ ଥିବାରୁ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି । ଯୋଗାଯୋଗ ଏବଂ ଗମନାଗମନ ଦୃଷ୍ଟିରୁ ବାଇପାସ ରାସ୍ତାରେ ବହୁ ଗାଡି ଚଳାଚଳ କରୁଛି । ଦୈନକ ହଜାର ହଜାର ସଂଖ୍ୟାରେ ଯାନବାହନ ସହିତ ଲୁହାପଥର ବୋଝେଇ ଟ୍ରକ ଚଳାଚଳ କରୁଛି । ଜାତୀୟ ରାଜପଥ ୪୯ ଏବଂ ୨୦ର ବାଇପାସ ରାସ୍ତାରେ ବେଆଇନ ପାର୍କିଂ ଯୋଗୁଁ ଅନେକ ସମୟରେ ଯାତାୟତରେ ସମସ୍ୟା ସୃଷ୍ଟି ହେଉଛି । ବାଇପାସ ରାସ୍ତାରେ ଗ୍ୟାରେଜ,ଢାବା,ଦୋକାନ ବଜାର ରହିଥିବାରୁ ରାସ୍ତା କଡରେ ବହୁ ଛୋଟ ବଡ ଗାଡି ଗୁଡିକ ରଖାଯାଉଛି । ଏହି ଗାଡିଗୁଡିକ ଦିନ ରାତି ରାସ୍ତା କଡରେ ଅଟକି ରହୁଥିବାରୁ ଅନ୍ୟ ଗାଡି ଚାଳକ ଜାଣି ନ ପାରି ଛିଡା ହୋଇଥିବା ଗାଡି ପଛ ପଟକୁ ପିଟି ହୋଇ ଦୁର୍ଘଟଣା ଘଟୁଛି । ବେଆଇନ ପାର୍କିଂ ଯୋଗୁଁ କେବଳ ଯେ ଦୂର୍ଘଟଣା ଘଟୁଛି ତାହା ନୁହେଁ ବରଂ ଏହି କାରଣରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri