ଡ୍ରାଇଭରଙ୍କୁ ହତ୍ୟା କରିଥିଲେ ହେଲପର

ରୂପସା, ୨୬ା୧୧(ଡି.ଏନ.ଏ.): ବାଲେଶ୍ୱର ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲ ତଳୁ ଗତ ୧୬ ତାରିଖରେ ଜଣେ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଥିଲା। ଏହାର ୧୦ ଦିନ ପରେ ପୋଲିସ ହତ୍ୟା ରହସ୍ୟ ପର୍ଦ୍ଦାଫାଶ କରିଛି। ଡ୍ରାଇଭରଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ଅଭିଯୁକ୍ତ ହେଲପରଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି।
ପୋଲିସ ସୂଚନା ଅନୁଯାୟୀ, ଟ୍ରକରେ ଡ୍ରାଇଭର୍‌ ଓ ହେଲପର ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଆସୁଥିବା ବେଳେ ରାସ୍ତାରେ ଚକା ବଦଳକୁ କେନ୍ଦ୍ର କରି ବାଲୁଗାଁଠାରେ ଉଭୟଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ସେଠାରେ ହେଲପର ଜଣକ ଡ୍ରାଇଭରଙ୍କ ତଣ୍ଟି ଚିପି ହତ୍ୟା କରି ହଳଦୀପଦାଠାରେ ଏକ ପୋଲ ତଳେ ପକାଇ ପେଟ୍ରୋଲ ଢାଳି ନିଆଁ ଲଗାଇ ଟ୍ରକ ନେଇ ପଶ୍ଚିମବଙ୍ଗ ପଳାଇଥିଲେ। ଟ୍ରକ ମାଲିକ ଡ୍ରାଇଭର୍‌ ବିଷୟରେ ପଚାରିବାରୁ ସେ ଟ୍ରକ ଛାଡି କୁଆଡେ ପଳାଇଥିବା ହେଲପର କହିଥିଲେ। ସନ୍ଦେହ ହେବାରୁ ଟ୍ରକ ମାଲିକ ହେଲପରଙ୍କୁ ଅଟକ ରଖି ପଶ୍ଚିମବଙ୍ଗର ଡାଙ୍କୁଣୀ ଥାନାରେ ଡ୍ରାଇଭର ନିଖୋଜ ନେଇ ଅଭିଯୋଗ କରିଥିଲେ। ବସ୍ତା ଥାନା ପୋଲିସ ଅଜଣା ମୃତଦେହ ଜବତ କରି ଏକ ମାମଲା (ନଂ.୨୯୯/୨୨) ରୁଜୁ କରି ସବୁ ଥାନାକୁ ଖବର ଦେଇଥିଲେ। ଖବର ପାଇ ମୃତକଙ୍କ ପରିବାର ଲୋକେ ବସ୍ତା ଥାନାରେ ପହଞ୍ଚିବା ପରେ ମୃତଦେହକୁ ପୋଲିସ ହସ୍ତାନ୍ତର କରିଥିଲା। ହେଲପରଙ୍କୁ ତଦନ୍ତ ପରିସରଭୁକ୍ତ କରି ଥାନାରେ ପଚରାଉଚରା ପରେ ଅଭିଯୁକ୍ତ ହେଲପର ସବୁ ସତ ମାନିଥିଲେ। ମୃତ ଡ୍ରାଇଭର ହେଲେ ଆସାମ ରାଜ୍ୟ ଡବୁରି ଅଞ୍ଚଳର ଗୋବିନ୍ଦ ମଦକ (୩୨)। ଅଭିଯୁକ୍ତ ହେଲପରଙ୍କ ଘର କୂଚବିହାର ଜିଲା ବକ୍ସିଘାଟ ଥାନା ଅଧୀନ ଗୋଦାରଚୋର ଅଞ୍ଚଳର ଅନନ୍ତ ଭୌମିକ (୨୮)।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?