ବସ୍‌ ଚଲାଉଥିଲେ ହେଲପର, ଟ୍ରକ୍‌ ସହ ହେଲା ମୁହାଁମୁହିଁ

ବାରିପଦା ଅଫିସ,୨୫ା୨: ଶନିବାର ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ପାଲବଣିଠାରେ ପୃଥକ୍‌ ସଡ଼କ ଦୁର୍ଘଟଣାରେ ୩ ଆହତ ହୋଇଛନ୍ତି। ବସ୍‌-ଟ୍ରକ୍‌ ମୁଁହାମୁହିଁ ଧକ୍କା ହୋଇଥିବା ବେଳେ ଅଟୋ ଓଲଟିବାରୁ ୩ ଜଣ ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଆଜି ସକାଳେ ମଧୁସ୍ମିତା ନାମକ ଏକ ଯାତ୍ରୀବାହୀ ବସ ବାରିପଦାରୁ ବାଲେଶ୍ବର ପଟେ ଯାଉଥିଲା ବେଳେ ପାଲବଣିଠାରେ ଦୁର୍ଘଟଣା ଘଟିଛି। ବସ୍‌ଟି ଭୁଲ ପାର୍ଶ୍ୱ ଦେଇ ଯାଉଥିବା ବେଳେ ବିପରୀତ ପଟୁ ଆସୁଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଯୋଗୁ ଟ୍ରକଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଆହତ ହୋଇଥିବା ଜଣାପଡ଼ିଛି। ଟ୍ରକ୍‌ ଡ୍ରାଇଭର ଜଣକ ଉତ୍ତରପ୍ରଦେଶ ଅଞ୍ଚଳର ସୁଜିତ ମୋହରିଆ। ଦୁର୍ଘଟଣାସ୍ଥଳରୁ ବସ୍‌ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ତେବେ ଉକ୍ତ ବସ୍‌କୁ ଡ୍ରାଇଭର ବଦଳରେ ହେଲପର ଚଳାଉଥିବା ବେଳେ ଦୁର୍ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି।
ଦୁର୍ଘଟଣା ଯୋଗୁ ରାସ୍ତାର ଗୋଟିଏ ପାଖରେ ଯାନବାହନ ଚଳାଚଳ ବନ୍ଦ ହୋଇପଡ଼ିଥିଲା। ସେହିପରି ଉକ୍ତ ଦୁର୍ଘଟଣା ଘଟିବାର କିଛି ସମୟ ପରେ କିଛି ଦୂରରେ ଅନ୍ୟ ଏକ ଦୁର୍ଘଟଣା ଘଟିଛି। ଗୋଟିଏ ଯାତ୍ରୀବାହୀ ଅଟୋ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଥିଲା। ଏଥିରେ ଅଟୋ ଡ୍ରାଇଭର ଓ ଜଣେ ମହିଳା ଯାତ୍ରୀ ସାମାନ୍ୟ ଆହତ ହୋଇଥିଲେ। ଏହି ଦୁର୍ଘଟଣାରେ ଆହତ ହୋଇଥିବା ସମସ୍ତଙ୍କୁ ବାରିପଦାସ୍ଥିତ ପିଆରଏମ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଆଣି ଭର୍ତ୍ତି କରାଯାଇ ଚିକିତ୍ସା ଜାରି ଥିବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri