ମା’ ଛେଉଣ୍ଡ ଯାଆଁଳା ଶିଶୁଙ୍କୁ ସହାୟତା

ଢେଙ୍କାନାଳ ଅଫିସ, ୨୨ ।୩ ଯାଆଁଳା ସନ୍ତାନକୁ ଜନ୍ମ ଦେବାପରେ ଆଖିବୁଜିଲେ ମା’। ଜୀବନ କ’ଣ ଜାଣିବା ଆଗରୁ ଦୁଇ କୋମଳମତି ଛୁଆ ହୋଇଗଲେ ମାତୃହରା। ବାପା ମାନସିକ ଅନଗ୍ରସର ହୋଇଥିବାରୁ ଏହି ଦୁଇ କଅଁଳ ଶିଶୁ କେମିତି ବଞ୍ଚତ୍ବେ ତାହାକୁ ନେଇ ପରିବାର ସଦସ୍ୟ ଚିନ୍ତାରେ ପଡ଼ିଥିବାବେଳେ ସହାୟତାର ହାତ ବଢ଼ାଇଛି ଢେଙ୍କାନାଳ ଜିଲା ପ୍ରଶାସନ। ଶିଶୁଙ୍କ ସମ୍ପର୍କୀୟଙ୍କୁ ରେଡ୍‌କ୍ରସ୍‌ ପାଣ୍ଠିରୁ ମାସିକ ୨ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବା ସହିତ ସେମାନଙ୍କୁ ଆଶୀର୍ବାଦ ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ସରୋଜ କୁମାର ସେଠୀ।
ସୂଚନାଯୋଗ୍ୟ, ଢେଙ୍କାନାଳ ସଦର ବ୍ଲକ ଭାପୁର ଶବର ସାହିର ଅଜୁ ନାଏକ (୨୫) ଜଣେ ମାନସିକ ଅନଗ୍ରସର। ୧୫ଦିନ ତଳେ କଟକର ଏକ ସ୍ବାସ୍ଥ୍ୟକେନ୍ଦ୍ରରେ ତାଙ୍କ ସ୍ତ୍ରୀ ରଶ୍ମିତାଙ୍କ ପ୍ରସବ ହୋଇଥିଲା। ସେ ଏକସାଙ୍ଗରେ ଝିଅ ଏବଂ ପୁଅଙ୍କୁ ଜନ୍ମ ଦେଇଥିଲେ। ପ୍ରସବ ପରେ ରଶ୍ମିତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗଡ଼ି ଯାଇଥିଲା ଏବଂ ୧୮ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ଅଜୁଙ୍କ ମାନସିକ ଅବସ୍ଥା ଭଲ ନ ଥିବାରୁ ଦୁଇ ଶିଶୁଙ୍କ ଲାଳନପାଳନ କରିବା ଚିନ୍ତାର ବିଷୟ ପାଲଟିଥିଲା। ଏଭଳି ସମୟରେ ସୋମବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ସହାୟତା ଲୋଡ଼ିଥିଲେ ଅଜୁଙ୍କ ଦୁଇ ଖୁଡ଼ୀ ଝରଣା ନାଏକ ଏବଂ କୁନି ନାଏକ। ଏଭଳି ଏକ ଦୁଃଖଦ ଘଟଣାରେ ଶିଶୁଙ୍କ ପ୍ରତି ଜିଲାପାଳ ସମବେଦନା ଜ୍ଞାପନ କରିଛନ୍ତି। ଦୁଇ ଛୁଆଙ୍କ ଟିକାକରଣ, ନିୟମିତ ବ୍ୟବଧାନରେ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ସିଡିପିଓଙ୍କୁ କୁହାଯାଇଛି। ଉଭୟ ଶିଶୁଙ୍କୁ ଅନ୍ୟ ସରକାରୀ ଯୋଜନାରେ ସାମିଲ କରିବାକୁ ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri