ଥଇଥାନ ହେବେ ଅସହାୟ ଭଉଣୀ-ଭାଇ

ଅନୁଗୋଳ,୮ା୭(ଅମିତ କୁମାର ସାମଲ): କିଶୋରନଗର ବ୍ଲକ ଧଉରାପାଲି ପଞ୍ଚାୟତସ୍ଥିତ ବଏଜା ଗ୍ରାମର ମାତାପିତାହୀନ ଭଉଣୀ-ଭାଇଙ୍କ ଥଇଥାନ ବ୍ୟବସ୍ଥା କରାଯିବ। ଶୁକ୍ରବାର ଅନୁଗୋଳ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଗୌରୀଶଙ୍କର ବେହେରା, ଜିଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷା ଦୀପ୍ତିମୟୀ ସାହୁ, ସଦସ୍ୟ କଲ୍ୟାଣ କିଶୋର ମହାନ୍ତି, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଓ୍ବାହିଦା ବେଗମ ସମ୍ପୃକ୍ତ ଅସହାୟ ଭଉଣୀ ଭାଇଙ୍କ ନିକଟରେ ପହଞ୍ଚି ଏ ନେଇ ସମ୍ପର୍କୀୟଙ୍କ ସହ ଆଲୋଚନା କରିଛନ୍ତି।
ପ୍ରକାଶ ଯେ, ସମ୍ପୃକ୍ତ ଅସହାୟ ଭଉଣୀ ଭାଇ ବର୍ଷେ ତଳେ ବାପାଙ୍କୁ ହରାଇଥିବା ବେଳେ ୮ ଦିନ ହେବ ମା’ଙ୍କୁ ହରାଇଛନ୍ତି। ଏବେ ସେମାନେ ପିଉସୀଙ୍କ ନିକଟରେ ଆଶ୍ରୟ ନେଇଛନ୍ତି। ୧୫ ବର୍ଷୀୟା ବଡ଼ ଭଉଣୀ ୯ମ ଶ୍ରେଣୀରେ ପଢ଼ୁଥିବା ବେଳେ ୧୧ ବର୍ଷୀୟ ଭାଇ ୬ଷ୍ଠ ଶ୍ରେଣୀର ଛାତ୍ର। ତେଣୁ ସେମାନଙ୍କ ପାଠପଢ଼ା ଓ ଥଇଥାନ ବ୍ୟବସ୍ଥା ନେଇ ସମ୍ପୃକ୍ତ ଅଧିକାରୀମାନେ ପିଲାଙ୍କ ପିଉସୀ ଓ ମାମୁଘର ଲୋକଙ୍କ ସହ କଥା ହୋଇଥିଲେ। ମା’ଙ୍କ ଶୁଦ୍ଧିକ୍ରିୟା ପରେ ଦୁଇ ପିଲାଙ୍କୁ ଅନୁଗୋଳସ୍ଥିତ ଉତ୍କଳ ବାଳାଶ୍ରମରେ ରଖି ଯତ୍ନ ଓ ସୁରକ୍ଷା ଦିଆଯିବା ସହିତ ନିକଟସ୍ଥ ବିଦ୍ୟାଳୟରେ ନାମ ଲେଖାଯିବ ବୋଲି କହିଥିଲେ। ପରେ ଅଧିକାରୀମାନେ କିଶୋରନଗର ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ପ୍ରଧାନଶିକ୍ଷୟିତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ଏଥିସହ କିଶୋରନଗର ବିଡିଓ ବିନୋଦ ବିହାରୀ ବେହେରା ସ୍ଥାନୀୟ ସରପଞ୍ଚଙ୍କ ସହ ଦୁଇ ପିଲାଙ୍କ ନିକଟରେ ପହଞ୍ଚି ହରିଶ୍ଚନ୍ଦ୍ର ଯୋଜନାରେ ୩ ହଜାର ଟଙ୍କା ପ୍ରଦାନ କରିଥିଲେ। ପିଲାଙ୍କ ପିଉସୀଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ସାମିଲ କରାଯିବା ସହିତ ଶିଶୁମାନଙ୍କୁ କିପରି ଜାତୀୟ ପରିବାର ମଙ୍ଗଳ ଯୋଜନାରେ ସହାୟତା ଯୋଗାଇ ଦିଆଯିବ ସେ ନେଇ ଶିଶୁ ସୁରକ୍ଷା ଅଧିକାରୀ ବେହେରା ବିଡିଓଙ୍କ ସହିତ କଥା ହୋଇଥିଲେ। ଏହି ପରିଦର୍ଶନ ସମୟରେ ଚାଇଲ୍ଡ ଲାଇନ ଅନୁଗୋଳର ସଂଯୋଜକ ପୂଜା ସ୍ବାଇଁ, ସ୍ଥାନୀୟ ଅଙ୍ଗନଓ୍ବାଡ଼ି କର୍ମୀ, ଓ୍ବାର୍ଡମେମ୍ବର, ଜିଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟର ସତ୍ୟାନନ୍ଦ ସାହୁ, ଆଇସିଡିଏସ୍‌ ସୁପର ଭାଇଜର ରଞ୍ଜିତା ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri