ପରିବାର ଚିନ୍ତାରେ ଅସହାୟ ପଦ୍ମିନୀ

ଛେଣ୍ଡିପଦା,୧୬ା୭(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ସପୋଇନାଳି ଗ୍ରାମର ଅଚ୍ୟୁତାନନ୍ଦ ବାଘ ଗତ ଗୁରୁବାର ବେକରେ ରଶି ଲାଗାଇ ଆତ୍ମହତ୍ୟା କରିବା ପରେ ତାଙ୍କ ପରିବାର ଅତ୍ୟନ୍ତ ଅସହାୟ ହୋଇପଡ଼ିଛନ୍ତି। ଦୁଇ ନାବାଳକ ପୁଅଙ୍କୁ କିପରି ପାଠ ପଢ଼ାଇ ମଣିଷ କରିବେ ଓ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଋଣ ପରିଶୋଧ କରିବେ, ସେ ନେଇ ପଦ୍ମିନୀ ଚିନ୍ତାଗ୍ରସ୍ତ ହୋଇପଡ଼ିଛନ୍ତି। ସ୍ଥିତି ଏତେ ଦୟନୀୟ ଯେ ପ୍ରଶାସନ କି ସରକାର ତାଙ୍କୁ ସହାୟତାର ହାତ ନ ବଢ଼ାଇଲେ ସ୍ବାମୀଙ୍କ ଶୁଦ୍ଧିକ୍ରିୟା କରିପାରିବେ ନାହିଁ ବୋଲି ପଦ୍ମିନୀ କୋହଭରା କଣ୍ଠରେ ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ୬ ମାସ ପୂର୍ବେ ଅଚ୍ୟୁତାନନ୍ଦ ଓ ତାଙ୍କ ସ୍ତ୍ରୀ ପଦ୍ମିନୀ ୨ଟି ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରୁ ୪୦ ହଜାର ଟଙ୍କା ଲେଖାଏ ଋଣ ଆଣିଥିଲେ। ଉକ୍ତ ଅର୍ଥରେ ସେମାନେ ଚାଷ କାର୍ଯ୍ୟ କରିବା ସହିତ ବାପାଙ୍କ ଶୁଦ୍ଧିକ୍ରିୟା କରିଥିଲେ। ତେବେ ଋଣ ପରିଶୋଧ ବାବଦକୁ ତାଙ୍କୁ ମାସକୁ କିସ୍ତି ଆକାରରେ ୪୨୫୦ ଓ ୩୨୦୦ ଟଙ୍କା ଦେବାର ଥିଲା। ଗୋଟିଏ ସଂସ୍ଥାକୁ ସେ ୩ଟି କିସ୍ତିରେ ୧୨ ହଜାର ୭୫୦ ଟଙ୍କା ଶୁଝିଥିବା ବେଳେ ଅନ୍ୟ ଏକ ସଂସ୍ଥାର କିସ୍ତି ଆଦୌ ଦେଇପାରି ନ ଥିଲେ। ଫଳରେ ଋଣ ଟଙ୍କା ଶୁଝିବା ପାଇଁ ଅର୍ଥ ଲଗାଣକାରୀ ସଂସ୍ଥା ପକ୍ଷରୁ ଚାପ ବଢ଼ିଚାଲିଥିଲା। ଏହାକୁ ନେଇ ପରିବାର ମଧ୍ୟରେ ଅଶାନ୍ତି ଦେଖାଦେଇଥିଲା। ଗୁରୁବାର ସକାଳୁ ଋଣ ଟଙ୍କା ଶୁଝିବାକୁ ପଦ୍ମିନୀ କହିବାରୁ ସ୍ବାମୀ ଅଚ୍ୟୁତାନନ୍ଦଙ୍କୁ ଟଙ୍କା ଆଣିବାକୁ ଯାଉଛି କହି ଘରୁ ବାହାରି ଯାଇଥିଲେ ହେଁ ଫେରି ନ ଥିଲେ। କାଠପାଳ ଗ୍ରାମ ଉପର କୋଡାସାହି ନିକଟ କାଜୁ ଗଛରେ ତାଙ୍କ ମୃତଦେହ ଝୁଲୁଥିବା ଦେଖି ଗ୍ରାମବାସୀ ପଦ୍ମିନୀଙ୍କୁ ଖବର ଦେଇଥିଲେ। ଅଚ୍ୟୁତାନନ୍ଦଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ସମ୍ପୂର୍ଣ୍ଣ ବେସାହାରା ହୋଇପଡ଼ିଥିବା ପଦ୍ମିନୀ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଛେଣ୍ଡିପଦା ବିଡିଓ ସଞ୍ଜୟ କୁମାର ଆଚାର୍ଯ୍ୟ କହିଛନ୍ତି, ସରକାରଙ୍କ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ତାଙ୍କୁ ପ୍ରଦାନ କରାଯିବ। ତଦନ୍ତ କରାଯିବା ପରେ ଅଧିକ ସହାୟତା କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri