ଉଦ୍ଧାର ହେଲେ ଅସହାୟ ଭଉଣୀ, ଭାଇ

ମାଲକାନଗିରି,୨୪ା୫ (ଦୁ ର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ନିିଲିଗୁଡା ଗ୍ରାମର ଦୁଇଜଣ ଅସହାୟ ଭଉଣୀଭାଇଙ୍କୁ ଆଇନସେବା ପ୍ରାଧିକରଣ ପକ୍ଷରୁ ଉଦ୍ଧାର କରାଯାଇ ଶୁକ୍ରବାର ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି।

ନିଲିଗୁଡା ଗ୍ରାମର ଜଣେ ଶିଶୁ କନ୍ୟା ଓ ତାଙ୍କର ଛୋଟ ଭାଇଙ୍କ ବାପା ଗତ ୮ ବର୍ଷ ତଳେ ମୃତ୍ୟୁବରଣ କରିଥିଲେ। କରୋନା ସମୟରେ ସେମାନଙ୍କ ମା’ଙ୍କ ମୃତ୍ୟୁ ଘଟିଥିଲା। ମାଆବାପାଙ୍କ ମୃତ୍ୟୁ ପରେ ଭଉଣୀ ନିଜର ଯତ୍ନ ନେବାସହ ଛୋଟ ଭାଇର ମଧ୍ୟ ଯତ୍ନ ନେଉଥିଲେ।

ଜଙ୍ଗଲକୁ ଯାଇ ମହୁଲ, ଟୋଲା, କେନ୍ଦୁପତ୍ର ଆଦି ଗୋଟାଇ ବିକ୍ରି କରି ଚଳୁଥିଲେ। ଭଉଣୀଟିର ବୟସ ୧୩ ବର୍ଷ ହୋଇଥିବା ବେଳେ ତାଙ୍କ ଭାଇର ବୟସ ୧୦ ବର୍ଷ। ମାଆବାପାଙ୍କ ମୃତ୍ୟୁ ପରେ ଅସହାୟ ଅବସ୍ଥାରେ ଚୂଳୁଥିଲେ ମଧ୍ୟ ସେମାନଙ୍କ କୌଣସି ସମ୍ପର୍କୀୟ ସେମାନଙ୍କୁ ସହାୟତା କରି ନ ଥିଲେ।

ଆଇନସେବା ପ୍ରାଧିକରଣ ମୁଖ୍ୟ ଆଇନ ସେବା ପ୍ରତିପକ୍ଷ ଓକିଲ ଅଶୋକ ପଟ୍ଟନାୟକ ଏ ସମ୍ପର୍କରେ ସୂଚନା ପାଇ ଉଭୟ ଶିଶୁଙ୍କୁ ଉଦ୍ଧାର କରି ପ୍ରାଧିକରଣ ସଚିବ ରାକେଶ ମୁଦୁଲିଙ୍କ ନିକଟରେ ହାଜର କରିଥିଲେ। ସଚିବଙ୍କ ନିର୍ଦ୍ଦେଶରେ ଏହି ଦୁଇ ଭଉଣୀଭାଇଙ୍କ ଯତ୍ନ ଓ ସୁରକ୍ଷା ନିମନ୍ତେ ଉଭୟଙ୍କୁ ଚାଇଲ୍ଡ ଲାଇନ ମାଧ୍ୟମରେ ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରାଇଥିଲେ। ପରେ ଶିଶୁ ମଙ୍ଗଳ କମିଟି କିଶୋର ନ୍ୟାୟ (ଯତ୍ନ ଓ ସୁରକ୍ଷା) ଆଇନ ଅନୁସାରେ ପଦକ୍ଷେପ ଗ୍ରହଣ କରି ସେମାନଙ୍କ ଯତ୍ନ ଓ ସୁରକ୍ଷା ପାଇଁ ବ୍ୟବସ୍ଥା କରିବାକୁ ଆଇନଜୀବୀ ଗୌତମ ସରକାର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri