ଉଦ୍ଧାର ହେଲେ ଅସହାୟ ଭଉଣୀ, ଭାଇ

ମାଲକାନଗିରି,୨୪ା୫ (ଦୁ ର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ନିିଲିଗୁଡା ଗ୍ରାମର ଦୁଇଜଣ ଅସହାୟ ଭଉଣୀଭାଇଙ୍କୁ ଆଇନସେବା ପ୍ରାଧିକରଣ ପକ୍ଷରୁ ଉଦ୍ଧାର କରାଯାଇ ଶୁକ୍ରବାର ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି।

ନିଲିଗୁଡା ଗ୍ରାମର ଜଣେ ଶିଶୁ କନ୍ୟା ଓ ତାଙ୍କର ଛୋଟ ଭାଇଙ୍କ ବାପା ଗତ ୮ ବର୍ଷ ତଳେ ମୃତ୍ୟୁବରଣ କରିଥିଲେ। କରୋନା ସମୟରେ ସେମାନଙ୍କ ମା’ଙ୍କ ମୃତ୍ୟୁ ଘଟିଥିଲା। ମାଆବାପାଙ୍କ ମୃତ୍ୟୁ ପରେ ଭଉଣୀ ନିଜର ଯତ୍ନ ନେବାସହ ଛୋଟ ଭାଇର ମଧ୍ୟ ଯତ୍ନ ନେଉଥିଲେ।

ଜଙ୍ଗଲକୁ ଯାଇ ମହୁଲ, ଟୋଲା, କେନ୍ଦୁପତ୍ର ଆଦି ଗୋଟାଇ ବିକ୍ରି କରି ଚଳୁଥିଲେ। ଭଉଣୀଟିର ବୟସ ୧୩ ବର୍ଷ ହୋଇଥିବା ବେଳେ ତାଙ୍କ ଭାଇର ବୟସ ୧୦ ବର୍ଷ। ମାଆବାପାଙ୍କ ମୃତ୍ୟୁ ପରେ ଅସହାୟ ଅବସ୍ଥାରେ ଚୂଳୁଥିଲେ ମଧ୍ୟ ସେମାନଙ୍କ କୌଣସି ସମ୍ପର୍କୀୟ ସେମାନଙ୍କୁ ସହାୟତା କରି ନ ଥିଲେ।

ଆଇନସେବା ପ୍ରାଧିକରଣ ମୁଖ୍ୟ ଆଇନ ସେବା ପ୍ରତିପକ୍ଷ ଓକିଲ ଅଶୋକ ପଟ୍ଟନାୟକ ଏ ସମ୍ପର୍କରେ ସୂଚନା ପାଇ ଉଭୟ ଶିଶୁଙ୍କୁ ଉଦ୍ଧାର କରି ପ୍ରାଧିକରଣ ସଚିବ ରାକେଶ ମୁଦୁଲିଙ୍କ ନିକଟରେ ହାଜର କରିଥିଲେ। ସଚିବଙ୍କ ନିର୍ଦ୍ଦେଶରେ ଏହି ଦୁଇ ଭଉଣୀଭାଇଙ୍କ ଯତ୍ନ ଓ ସୁରକ୍ଷା ନିମନ୍ତେ ଉଭୟଙ୍କୁ ଚାଇଲ୍ଡ ଲାଇନ ମାଧ୍ୟମରେ ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରାଇଥିଲେ। ପରେ ଶିଶୁ ମଙ୍ଗଳ କମିଟି କିଶୋର ନ୍ୟାୟ (ଯତ୍ନ ଓ ସୁରକ୍ଷା) ଆଇନ ଅନୁସାରେ ପଦକ୍ଷେପ ଗ୍ରହଣ କରି ସେମାନଙ୍କ ଯତ୍ନ ଓ ସୁରକ୍ଷା ପାଇଁ ବ୍ୟବସ୍ଥା କରିବାକୁ ଆଇନଜୀବୀ ଗୌତମ ସରକାର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ବାଲେଶ୍ବର ଅଫିସ, ୧୭।୬- ବାଲେଶ୍ୱର ସହର ସ୍ଥିତ ଭୁଜାଖିଆ ପୀର ନିକଟସ୍ଥ ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ ହୋଇଛି। ସ୍ଥାନୀୟ ଗାଁ ତଥା...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri