୮ ବର୍ଷ ହେଲା ଗାତ ଖୋଳି ରହୁଥିଲେ, ଅସହାୟ ବୃଦ୍ଧାଙ୍କୁ ଉଦ୍ଧାର କଲା ପ୍ରଶାସନ

କପ୍ତିପଦା,୮ା୭(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶରତ ପଞ୍ଚାୟତ ଅନ୍ତର୍ଗତ ରଙ୍ଗାମାଟିଆ ଗ୍ରାମ ୮ ନମ୍ବର ୱାର୍ଡର ଜଣେ ଅସହାୟ ବିଧବା ବୃଦ୍ଧାଙ୍କୁ ପ୍ରଶାସନ ଉଦ୍ଧାର କରିଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ଉଦ୍ଧାର କରିବା ସହିତ ବାରିପଦାସ୍ଥିତ ବୃଦ୍ଧାଶ୍ରମରେ ଛାଡ଼ିଥିବା ସୂଚନା ମିଳିଛି। ବୃଦ୍ଧା ଜଣକ ହେଲେ ସୁଲୋଚନା ମହାକୁଡ(୭୦)। ପୁଅ ବୋହୁ ନ ପଚାରିବା ଓ ମୁଣ୍ଡ ଗୁଞ୍ଜିବାକୁ ଘର ଖଣ୍ଡେ ନ ଥିବାରୁ ଦୀର୍ଘ ୮ ବର୍ଷ ହେଲା ସେ ଏକ ପଡ଼ିଆ ମଝିରେ ଗାତ ଖୋଳି ସେହି ଗାତ ମଧ୍ୟରେ ରହି ଆସୁଥିବା ଗ୍ରାମବାସୀ କହିଛନ୍ତି। ଖରାବର୍ଷା ଶୀତ କାକରରୁ ରକ୍ଷା ପାଇବା ପାଇଁ ସେହି ଗାତ ଉପରେ ଏକ ପଲିଥିନ ପକାଇ ଜୀବନ ବିତାଇ ଆସୁଥିଲେ। କାମ କରି ରୋଜଗାର କରିବା ପାଇଁ ତାଙ୍କ ଅଣ୍ଟାରେ ବଳ ମଧ୍ୟ ନାହିଁ ା କେବଳ ଅନ୍ନପୂର୍ଣ୍ଣା ଯୋଜନାରେ ମିଳୁଥିବା ମାସକୁ ୧୦ କେ.ଜି ଚାଉଳ ତାଙ୍କର ଜୀବନ ବଞ୍ଚାଇଛି ା ତାଙ୍କ ଦୁର୍ଦ୍ଦଶା ସମ୍ପର୍କରେ ଖବରପାଇ ଓଡ଼ିଶା କୃଷି ଶିଳ୍ପ ନିଗମର ଅଧ୍ୟକ୍ଷ ଦେବାଶିଷ ମହାନ୍ତି ଓ କରଞ୍ଜିଆ ବିଧାୟିକା ବାସନ୍ତି ହେମ୍ରମ୍ବ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶରେ ଡିଏସଏସଓ ନରେଶ ଚନ୍ଦ୍ର ବିନ୍ଧାଣୀ, ଆରଡିଏସି ସଂପାଦକ ବିଜୟ କୁମାର ବେହେରା ଓ ଦିଲ୍ଲୀପ ରାଉତ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଅସହାୟ ବୃଦ୍ଧାଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri