୮ ବର୍ଷ ହେଲା ଗାତ ଖୋଳି ରହୁଥିଲେ, ଅସହାୟ ବୃଦ୍ଧାଙ୍କୁ ଉଦ୍ଧାର କଲା ପ୍ରଶାସନ

କପ୍ତିପଦା,୮ା୭(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶରତ ପଞ୍ଚାୟତ ଅନ୍ତର୍ଗତ ରଙ୍ଗାମାଟିଆ ଗ୍ରାମ ୮ ନମ୍ବର ୱାର୍ଡର ଜଣେ ଅସହାୟ ବିଧବା ବୃଦ୍ଧାଙ୍କୁ ପ୍ରଶାସନ ଉଦ୍ଧାର କରିଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ପ୍ରଶାସନିକ ଅଧିକାରୀମାନେ ତାଙ୍କୁ ଉଦ୍ଧାର କରିବା ସହିତ ବାରିପଦାସ୍ଥିତ ବୃଦ୍ଧାଶ୍ରମରେ ଛାଡ଼ିଥିବା ସୂଚନା ମିଳିଛି। ବୃଦ୍ଧା ଜଣକ ହେଲେ ସୁଲୋଚନା ମହାକୁଡ(୭୦)। ପୁଅ ବୋହୁ ନ ପଚାରିବା ଓ ମୁଣ୍ଡ ଗୁଞ୍ଜିବାକୁ ଘର ଖଣ୍ଡେ ନ ଥିବାରୁ ଦୀର୍ଘ ୮ ବର୍ଷ ହେଲା ସେ ଏକ ପଡ଼ିଆ ମଝିରେ ଗାତ ଖୋଳି ସେହି ଗାତ ମଧ୍ୟରେ ରହି ଆସୁଥିବା ଗ୍ରାମବାସୀ କହିଛନ୍ତି। ଖରାବର୍ଷା ଶୀତ କାକରରୁ ରକ୍ଷା ପାଇବା ପାଇଁ ସେହି ଗାତ ଉପରେ ଏକ ପଲିଥିନ ପକାଇ ଜୀବନ ବିତାଇ ଆସୁଥିଲେ। କାମ କରି ରୋଜଗାର କରିବା ପାଇଁ ତାଙ୍କ ଅଣ୍ଟାରେ ବଳ ମଧ୍ୟ ନାହିଁ ା କେବଳ ଅନ୍ନପୂର୍ଣ୍ଣା ଯୋଜନାରେ ମିଳୁଥିବା ମାସକୁ ୧୦ କେ.ଜି ଚାଉଳ ତାଙ୍କର ଜୀବନ ବଞ୍ଚାଇଛି ା ତାଙ୍କ ଦୁର୍ଦ୍ଦଶା ସମ୍ପର୍କରେ ଖବରପାଇ ଓଡ଼ିଶା କୃଷି ଶିଳ୍ପ ନିଗମର ଅଧ୍ୟକ୍ଷ ଦେବାଶିଷ ମହାନ୍ତି ଓ କରଞ୍ଜିଆ ବିଧାୟିକା ବାସନ୍ତି ହେମ୍ରମ୍ବ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶରେ ଡିଏସଏସଓ ନରେଶ ଚନ୍ଦ୍ର ବିନ୍ଧାଣୀ, ଆରଡିଏସି ସଂପାଦକ ବିଜୟ କୁମାର ବେହେରା ଓ ଦିଲ୍ଲୀପ ରାଉତ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଅସହାୟ ବୃଦ୍ଧାଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri