ପର୍ଯ୍ୟଟକଙ୍କ ପାଇଁ ହେଲ୍ପଲାଇନ୍‌ ନମ୍ବର ଜାରି

ପୁରୀ ଅଫିସ,୫।୨: ପର୍ଯ୍ୟଟକଙ୍କ ପାଇଁ ପୁରୀ ପୋଲିସ ଗୁରୁବାର ହେଲ୍ପଲାଇନ୍‌ ନମ୍ବର ଜାରି କରିଛି। ୬୩୭୦୯୬୭୧୦୦ ନମ୍ବରରେ କଲ୍‌ କରି ପର୍ଯ୍ୟଟକମାନେ ପୁରୀ ପୋଲିସ ସହ ଯେକୌଣସି ସମୟରେ ଯୋଗାଯୋଗ କରିପାରିବେ। ଗତ ୨ତାରିଖରେ ପର୍ଯ୍ୟଟକ ଦମ୍ପତିଙ୍କୁ ଜଣେ ବସ୍‌ ଡ୍ରାଇଭର ମାଡ଼ ମାରିବା ପରେ ପୁରୀ ପୋଲିସ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏ ନେଇ ଏସ୍‌ପି କନୱର ବିଶାଲ ସିଂଙ୍କ ସହିତ ଘରୋଇ ବସ୍‌ ଆସୋସିଏଶନ କର୍ମକର୍ତ୍ତା ଆଲୋଚନା କରିଛନ୍ତି। ପର୍ଯ୍ୟଟକଙ୍କ ସହିତ ଉତ୍ତମ ବ୍ୟବହାର କରିବା ଉପରେ ଏସ୍‌ପି ଗୁରୁତ୍ୱ ଦେଇଛନ୍ତି। ବସ୍‌ ଆସୋସିଏଶନ ପକ୍ଷରୁ ଏସ୍‌ପିଙ୍କୁ ପ୍ରତିଶ୍ରୁତି ଦିଆଯାଇଛି ଯେ, ଏଣିକି ଯାତ୍ରୀଙ୍କୁ ସମ୍ମାନପୂର୍ବକ ବ୍ୟବହାର କରାଯିବା ସହ ସେମାନଙ୍କୁ ଆବଶ୍ୟକ ସହଯୋଗ କରାଯିବ। ତେବେ ଏହି ବୈଠକରେ ଦୁଇ ପ୍ରମୁଖ ପ୍ରସଙ୍ଗ ଉପରେ ମୋହର ବାଜିଛି। କିଛି ଦିନ ବ୍ୟବଧାନରେ ହେଲ୍ପର ଓ କଣ୍ଡକ୍ଟରମାନଙ୍କୁ ନେଇ ଏକ ସେସନ୍‌ ଅନୁଷ୍ଠିତ ହେବ। ଯାତ୍ରୀଙ୍କ ସହ କିଭଳି ଭଲ ବ୍ୟବହାର କରାଯିବ ସେନେଇ ପ୍ରଶିକ୍ଷଣ ଦିଆଯିବ। ସେହିପରି ପୋଲିସ ହେଲ୍ପଲାଇନ୍‌ ନମ୍ବର ପ୍ରତି ବସ୍‌ରେ ପ୍ରଦର୍ଶନ ହେବ। ଯାତ୍ରୀମାନେ ସୁବିଧାରେ ଏହି ନମ୍ବରରେ କଲ୍‌ କରି ଅଭିଯୋଗ ଜଣାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri