ଭୁବନେଶ୍ୱରରୁ ପ୍ରଚାର ଆରମ୍ଭ କରିବେ ହେମାମାଳିନୀ

ଭୁବନେଶ୍ୱର,୧୭।୫(ଅନୁରାଧା ମହାରଣା): ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍‌ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶୁକ୍ରବାର ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ଏମ୍‌ପି ତଥା ଡ୍ରିମ୍‌ ଗର୍ଲ ହେମାମାଳିନୀ ଭୁବନେଶ୍ୱରର ସାଲିଆ ସାହିରେ ପହଞ୍ଚତ୍ ଦଳ ପାଇଁ ପ୍ରଚାର କରିବେ। ପରେ କଟକ ସଦର ନିର୍ବାଚନମଣ୍ଡଳୀର କିଶୋରନଗର ଏବଂ ଅପରାହ୍ନରେ ପିପିଲିଠାରେ ରୋଡ୍‌ ଶୋ କରିବା ସହ ଜନସଭାକୁ ସମ୍ବୋଧନ କରିବେ। ଶନିବାର ମଧ୍ୟ ଭୋଟରଙ୍କ ମନ ଜିଣିବାକୁ ହେମାମାଳିନୀ ବିଭିନ୍ନ ସ୍ଥାନରେ ପ୍ରଚାର କରିବେ। ପାଲଲହଡା, ଦେବଗଡ ଆଦି ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନସଭାରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ ସଂସଦୀୟ କ୍ଷେତ୍ରର ଭଟଲି, ପଦ୍ମପୁର ବିଜେପୁର, ଅତାବିରା ଜନସଭାକୁ ସମ୍ବୋଧନ କରିବେ। ଅପରାହ୍ନରେ ବରଗଡଠାରେ ଅନୁଷ୍ଠିତ ରୋଡ ଶୋ’ରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ସେହିପରି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ନରସିଂହପୁରସ୍ଥିତ ଜଗନ୍ନାଥ ମନ୍ଦିର ଦର୍ଶନ କରିବା ପରେ ଯୁବ ସମାବେଶରେ ଯୋଗଦେଇ ଯୁବ ଭୋଟରଙ୍କ ଆସ୍ଥାଭାଜନ ହେବାକୁ ପ୍ରୟାସ କରିବେ। ସେହିପରି ବୈଷ୍ଣବ ଆଠଗଡ ଓ କଟକ ଜନସଭାରେ ଯୋଗଦେବେ। ଶନିବାର କେନ୍ଦ୍ରମନ୍ତ୍ରୀ ବୈଷ୍ଣବ ସୁନ୍ଦରଗଡ ସଂସଦୀୟ କ୍ଷେତ୍ରର ବଣାଇ ଏବଂ ରାଜଗାଙ୍ଗପୁରଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧିତ କରିବେ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶୁକ୍ରବାର କବିସୂର୍ଯ୍ୟନଗର, କଣ୍ଟାବାଞ୍ଜି, ଲୋଇସିଂଘା ଓ ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ। ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ବୀରମିତ୍ରପୁର, ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀର ଜାମପାଲି, ସୁନ୍ଦରଗଡ ନିର୍ବାଚନମଣ୍ଡଳୀର ବିଲେଇମୁଣ୍ଡାଠାରେ ପ୍ରଚାର କରିବେ। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ୍‌ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀର ରାମଚନ୍ଦ୍ରପୁର, ଦଶପଲ୍ଲା, ଜି.ଉଦୟଗିରିଠାରେ ଜନସଭାକୁ ସମ୍ବୋଧନ କରିବେ ବୋଲି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri