ଭୁବନେଶ୍ୱରରୁ ପ୍ରଚାର ଆରମ୍ଭ କରିବେ ହେମାମାଳିନୀ

ଭୁବନେଶ୍ୱର,୧୭।୫(ଅନୁରାଧା ମହାରଣା): ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍‌ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶୁକ୍ରବାର ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ଏମ୍‌ପି ତଥା ଡ୍ରିମ୍‌ ଗର୍ଲ ହେମାମାଳିନୀ ଭୁବନେଶ୍ୱରର ସାଲିଆ ସାହିରେ ପହଞ୍ଚତ୍ ଦଳ ପାଇଁ ପ୍ରଚାର କରିବେ। ପରେ କଟକ ସଦର ନିର୍ବାଚନମଣ୍ଡଳୀର କିଶୋରନଗର ଏବଂ ଅପରାହ୍ନରେ ପିପିଲିଠାରେ ରୋଡ୍‌ ଶୋ କରିବା ସହ ଜନସଭାକୁ ସମ୍ବୋଧନ କରିବେ। ଶନିବାର ମଧ୍ୟ ଭୋଟରଙ୍କ ମନ ଜିଣିବାକୁ ହେମାମାଳିନୀ ବିଭିନ୍ନ ସ୍ଥାନରେ ପ୍ରଚାର କରିବେ। ପାଲଲହଡା, ଦେବଗଡ ଆଦି ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନସଭାରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ ସଂସଦୀୟ କ୍ଷେତ୍ରର ଭଟଲି, ପଦ୍ମପୁର ବିଜେପୁର, ଅତାବିରା ଜନସଭାକୁ ସମ୍ବୋଧନ କରିବେ। ଅପରାହ୍ନରେ ବରଗଡଠାରେ ଅନୁଷ୍ଠିତ ରୋଡ ଶୋ’ରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ସେହିପରି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ନରସିଂହପୁରସ୍ଥିତ ଜଗନ୍ନାଥ ମନ୍ଦିର ଦର୍ଶନ କରିବା ପରେ ଯୁବ ସମାବେଶରେ ଯୋଗଦେଇ ଯୁବ ଭୋଟରଙ୍କ ଆସ୍ଥାଭାଜନ ହେବାକୁ ପ୍ରୟାସ କରିବେ। ସେହିପରି ବୈଷ୍ଣବ ଆଠଗଡ ଓ କଟକ ଜନସଭାରେ ଯୋଗଦେବେ। ଶନିବାର କେନ୍ଦ୍ରମନ୍ତ୍ରୀ ବୈଷ୍ଣବ ସୁନ୍ଦରଗଡ ସଂସଦୀୟ କ୍ଷେତ୍ରର ବଣାଇ ଏବଂ ରାଜଗାଙ୍ଗପୁରଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧିତ କରିବେ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶୁକ୍ରବାର କବିସୂର୍ଯ୍ୟନଗର, କଣ୍ଟାବାଞ୍ଜି, ଲୋଇସିଂଘା ଓ ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ। ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ବୀରମିତ୍ରପୁର, ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀର ଜାମପାଲି, ସୁନ୍ଦରଗଡ ନିର୍ବାଚନମଣ୍ଡଳୀର ବିଲେଇମୁଣ୍ଡାଠାରେ ପ୍ରଚାର କରିବେ। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ୍‌ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀର ରାମଚନ୍ଦ୍ରପୁର, ଦଶପଲ୍ଲା, ଜି.ଉଦୟଗିରିଠାରେ ଜନସଭାକୁ ସମ୍ବୋଧନ କରିବେ ବୋଲି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଧୂଳିରେ ରୁନ୍ଧି ହେଉଛି ସହର

ସହରୀ ସଭ୍ୟତାର ଅଭିବୃଦ୍ଧି ସହ ତାଳ ଦେଇ ବଢ଼ୁଛି ବାୟୁ ପ୍ରଦୂଷଣ। ବହୁ ସଂଖ୍ୟାରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଏହାର ପ୍ରମୁଖ କାରଣ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri