୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ । ଅଭିନୟ ଓ ସୌନ୍ଦର୍ଯ୍ୟ ପାଇଁ ପରିଚିତ ହେମା ଜଣେ ଦକ୍ଷ ଭରତନାଟ୍ୟମ୍‌ ନୃତ୍ୟଶିଳ୍ପୀ ମଧ୍ୟ। ନବରାତ୍ରିର ପ୍ରଥମ ଦିନରେ ମଞ୍ଚରେ ତାଙ୍କର ଲୋକପ୍ରିୟ ନୃତ୍ୟନାଟିକା ‘ଦୁର୍ଗା’ ପରିବେଷଣ କରି ସେ ପୁଣି ଥରେ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଛନ୍ତି ।

ଅକ୍ଟୋବର ୧୧ ତାରିଖରେ ତେଲେଙ୍ଗାନାର କ୍ଲାସିକ୍‌ କନଭେନସନ୍‌ ସେଣ୍ଟରରେ ଆୟୋଜିତ ଅଗ୍ରୱାଲ ସମାଜର ‘ଅଗ୍ର ଦାଣ୍ଡିଆ ନବରାତ୍ରି ଉତ୍ସବ’ରେ ଯୋଗ ଦେଇଥିଲେ ହେମା ମାଳିନୀ। ମହାରାଜା ଅଗ୍ରସେନ ଜୟନ୍ତୀ ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସେ ନିଜର ପ୍ରସିଦ୍ଧ ନୃତ୍ୟନାଟିକା ‘ଦୁର୍ଗା’ ପରିବେଷଣ କରିଥିଲେ।

ଏହି ସ୍ୱତନ୍ତ୍ର ମୁହୂର୍ତ୍ତର କିଛି ଫଟୋ ହେମା ମାଳିନୀ ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ସେୟାର କରିଛନ୍ତି । ନବରାତ୍ରିର ପ୍ରଥମ ଦିନରେ ‘ଦୁର୍ଗା’ ନୃତ୍ୟନାଟିକା ପରିବେଷଣ କରିବା ତାଙ୍କ ପାଇଁ ଏକ ବିଶେଷ ଅନୁଭୂତି ଥିଲା ବୋଲି ସେ କହିଛନ୍ତି । ଏହି ସୁଯୋଗ ପାଇ ନିଜକୁ ଧନ୍ୟ ମନେ କରୁଥିବା ମଧ୍ୟ ସେ ପ୍ରକାଶ କରିଛନ୍ତି । ହେମା ମାଳିନୀଙ୍କର ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ପ୍ରତି ଗଭୀର ଆଗ୍ରହ ରହିଛି। ପିତାଙ୍କ ପରାମର୍ଶରେ ସେ ନୃତ୍ୟନାଟିକା ପରିବେଷଣ ଆରମ୍ଭ କରିଥିଲେ । ତାଙ୍କର ପ୍ରଥମ ପ୍ରଯୋଜନା ଥିଲା ‘ମୀରା’, ଯାହାକୁ ନୃତ୍ୟ ନିର୍ଦ୍ଦେଶକ ଭୂଷଣ ଲଖଣ୍ଡ୍ରୀ ପ୍ରସ୍ତୁତ କରିଥିଲେ। ପରବର୍ତ୍ତୀ ସମୟରେ ସେ ‘ରାମାୟଣ’ ଭଳି ନୃତ୍ୟନାଟିକା ମଧ୍ୟ ପରିବେଷଣ କରିଛନ୍ତି।
ନୃତ୍ୟକୁ କେବଳ କଳା ନୁହେଁ, ବରଂ ଭକ୍ତିର ଏକ ମାଧ୍ୟମ ଭାବେ ଗ୍ରହଣ କରନ୍ତି ହେମା। ତାଙ୍କର ଅଭିନୟ, ନୃତ୍ୟ ମୁଦ୍ରା ଓ ଭାବପ୍ରକାଶ ଆଜି ବି ଦର୍ଶକଙ୍କୁ ଆକର୍ଷିତ କରୁଛି। ଚଳଚ୍ଚିତ୍ର କଥା କହିବାକୁ ଗଲେ, ହେମା ମାଳିନୀ ଶେଷ ଥର ପାଇଁ ୨୦୨୦ରେ ମୁକ୍ତିଲାଭ କରିଥିବା ‘ଶିମ୍‌ଲା ମିର୍ଚ୍ଚି’ ଫିଲ୍ମରେ ନଜର ଆସିଥିଲେ। ତେବେ ରୁପେଲି ପରଦାଠାରୁ ଦୂରେଇ ରହିଥିଲେ ମଧ୍ୟ ନୃତ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ସେ ସକ୍ରିୟ ରହିଛନ୍ତି । ୭୭ ବର୍ଷ ବୟସରେ ତାଙ୍କର ଏହି ନୃତ୍ୟ ପ୍ରଦର୍ଶନ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ଭରିଦେଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?