ଯୌତୁକ ଜୁଇରେ ହେମବନ୍ତୀ

ସରଣ୍ଡା,୯ା୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଲୁରୁପାଲି ଗ୍ରାମରେ ଶନିବାର ହେମବନ୍ତୀ ମହାପାତ୍ର ନାମକ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସ୍ବାମୀ ରତ୍ନାକରଙ୍କ ଯୌତୁକ ନିର୍ଯାତନା ସହି ନ ପାରି ସେ ବିଷ ପିଇ ଦେଇଥିବା ହେମବନ୍ତୀଙ୍କ ଭାଇ ଖଗେଶ୍ୱର ଅତାବିରା  ଥାନାରେ ଏତଲା ଦେଇଛନ୍ତି। ତାଙ୍କ ଏତଲାକୁ ଭିତ୍ତିକରି ଅତାବିରା ପୋଲିସ ୧୨୨/୨୨ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ପ୍ରକାଶ ଯେ, ସରଳା ଗ୍ରାମର ରାତ୍ର ମହାପାତ୍ରଙ୍କ ଝିଅ ହେମବନ୍ତୀ ଅଢ଼େଇ ବର୍ଷ ତଳେ ଲୁରୁପାଲି ନିବାସୀ ଲଳିତ ମହାପାତ୍ରଙ୍କ ପୁଅ ରତ୍ନାକରଙ୍କୁ ବିବାହ କରିଥିଲେ। ବିବାହ ସମୟରେ କନ୍ୟାପକ୍ଷ ସକ୍ଷମ ଅନୁଯାୟୀ ଝିଅଜ୍ୱାଇଁଙ୍କୁ ଉପହାର ଦେଇଥିଲେ। ମାତ୍ର ବିବାହ ପରେ ରତ୍ନାକର ଏକ ମୋଟରସାଇକେଲ ଦାବି କରି ହେମବନ୍ତୀଙ୍କୁ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି। ନିର୍ଯାତନା ଅସହ୍ୟ ହେବାରୁ ହେମବନ୍ତୀ ଶୁକ୍ରବାର ପୂର୍ବାହ୍ନରେ ବିଷ ପିଇ ଦେଇଥିଲେ, ମାତ୍ର ତାଙ୍କୁ ରାତି ୯ଟାରେ ଖବର ଦିଆଯାଇଥିଲା ବୋଲି ଖଗେଶ୍ୱର ଅଭିଯୋଗ କରିଛନ୍ତି । ଖବର ପାଇ କନ୍ୟାପକ୍ଷ ଲୋକେ ବୁର୍ଲା ଡାକ୍ତରଖାନାରେ ପହଞ୍ଚିଥିଲେ। ତେବ ଶନିବାର ଭୋର୍‌ରୁ ହେମବନ୍ତୀଙ୍କ ମୃତ୍ୟୁ ହୋଇ ଯାଇଥିବା ସେ କହିଛନ୍ତି। ସେଠାରେ ମୃତଦେହ ବ୍ୟବଚ୍ଛେଦ ହୋଇଥିଲା। ମୃତଦେହକୁ ଲୁରୁପାଲି ଆଣି ଦାହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri