ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେବାକୁ ଥିବା ବେଳେ ପିପିଲିରେ ରୋଡ୍‌ ଶୋ’ କରିବେ। ଏହା ପରେ ଅପରାହ୍ନରେ କଟକର କିଶନନଗରରେ ମଧ୍ୟ ରୋଡ୍‌ ଶୋ’ କରିବେ।

ପାଲଲହଡା, ଦେବଗଡ ଆଦି ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନସଭାରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ ସଂସଦୀୟ କ୍ଷେତ୍ରର ଭଟଲି, ପଦ୍ମପୁର ବିଜେପୁର, ଅତାବିରା ଜନସଭାକୁ ସମ୍ବୋଧନ କରିବେ। ଅପରାହ୍ନରେ ବରଗଡଠାରେ ଅନୁଷ୍ଠିତ ରୋଡ ଶୋ’ରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ସେହିପରି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ନରସିଂହପୁରସ୍ଥିତ ଜଗନ୍ନାଥ ମନ୍ଦିର ଦର୍ଶନ କରିବା ପରେ ଯୁବ ସମାବେଶରେ ଯୋଗଦେଇ ଯୁବ ଭୋଟରଙ୍କ ଆସ୍ଥାଭାଜନ ହେବାକୁ ପ୍ରୟାସ କରିବେ। ସେହିପରି ବୈଷ୍ଣବ ଆଠଗଡ ଓ କଟକ ଜନସଭାରେ ଯୋଗଦେବେ। ଶନିବାର କେନ୍ଦ୍ରମନ୍ତ୍ରୀ ବୈଷ୍ଣବ ସୁନ୍ଦରଗଡ ସଂସଦୀୟ କ୍ଷେତ୍ରର ବଣାଇ ଏବଂ ରାଜଗାଙ୍ଗପୁରଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧିତ କରିବେ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶୁକ୍ରବାର କବିସୂର୍ଯ୍ୟନଗର, କଣ୍ଟାବାଞ୍ଜି, ଲୋଇସିଂଘା ଓ ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ। ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ବୀରମିତ୍ରପୁର, ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀର ଜାମପାଲି, ସୁନ୍ଦରଗଡ ନିର୍ବାଚନମଣ୍ଡଳୀର ବିଲେଇମୁଣ୍ଡାଠାରେ ପ୍ରଚାର କରିବେ। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ୍‌ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀର ରାମଚନ୍ଦ୍ରପୁର, ଦଶପଲ୍ଲା, ଜି.ଉଦୟଗିରିଠାରେ ଜନସଭାକୁ ସମ୍ବୋଧନ କରିବେ ବୋଲି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri