Posted inଜାତୀୟ

୨୪ବର୍ଷର ରେକର୍ଡ ଭାଙ୍ଗିଲେ ହେମନ୍ତ ସୋରେନ, ଚମକାଇଲା ଟ୍ରେଣ୍ଡ

ନୂଆଦିଲ୍ଲୀ,୨୩।୧୧: ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ପ୍ରଥମ ଥର ପାଇଁ ଏକ ଦଳ ରାଜ୍ୟରେ ପୁର୍ନବାର କ୍ଷମତାକୁ ଫେରୁଛିି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରେଣ୍ଡରେ, ହେମନ୍ତ ସୋରେନ ମେଣ୍ଟକୁ ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ଝାଡଖଣ୍ଡର ୮୧ଟି ସିଟ ମଧ୍ୟରୁ ଇଣ୍ଡିଆ ମେଣ୍ଟ ଆଗରେ ରହିଛି। ଏଥିମଧ୍ୟରୁ ୧୦ଟି ଆସନରେ ବିଜୟର ବ୍ୟବଧାନ ୧୦ ହଜାରରୁ ଅଧିକ ଭୋଟ ରହିଛି।

ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠୁଛି ଯେ, ନିଜର ସମସ୍ତ ଶକ୍ତି ଲଗାଇବା ସତ୍ତ୍ୱେ ଝାଡ଼ଖଣ୍ଡରେ ଭାଜପା କିପରି କ୍ଷମତାକୁ ଆସିପାରିଲା ନାହିଁ? ରାଜନୈତିକ ବିଶେଷଜ୍ଞଙ୍କନୁସାରେ ଭାରତୀୟ ଜନତା ପାର୍ଟିର କୌଣସି ଚେହେରା ତୃଣମୂଳ ସ୍ତରରେ ଦୃଢ ନ ଥିଲେ। ପାର୍ଟିରେ ସିଏମ ମୁହଁର ଦୁଇଟି ଫ୍ରଣ୍ଟ୍ରନର୍ସ (ବାବୁ ଲାଲ ମାରାଣ୍ଡି ଏବଂ ଚମ୍ପାଇ ସୋରେନ) ରହିଥିଲେ। କୌତୁହଳର ବିଷୟ, ଉଭୟ ଟର୍ନକୋଟ ଥିଲେ। ବିଧାନସଭା ନିର୍ବାଚନ ପୂର୍ବରୁ ଚମ୍ପାଇ ଭାଜପାରେ ଯୋଗ ଦେଇଥିଲେ।

ଆକ୍ସିସ ମାଇ ଇଣ୍ଡିଆର ଏକଜିଟ ପୋଲ ଅନୁଯାୟୀ ହେମନ୍ତଙ୍କ ଲୋକପ୍ରିୟତା ଝାଡଖଣ୍ଡର ଚମ୍ପାଇ ଏବଂ ବାବୁ ଲାଲଙ୍କ ତୁଳନାରେ ଦୁଇ ଗୁଣ ଅଧିକ ଥିଲା। ଏହି ସର୍ଭେରେ ୪୧ ପ୍ରତିଶତ ଲୋକ ହେମନ୍ତଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ପସନ୍ଦ କରିଥିଲେ। ଏହାର ତୁଳନାରେ, ଚମ୍ପାଇଙ୍କୁ ୭ ପ୍ରତିଶତ ଲୋକ ଏବଂ ମାରାଣ୍ଡିଙ୍କୁ ୧୩ ପ୍ରତିଶତ ଲୋକ ପସନ୍ଦ କରିଥିଲେ।

ଜୁଲାଇ ୨୦୨୪ରେ ପଦ ଗ୍ରହଣ କରିବା ପରେ ହେମନ୍ତ ସୋରେନ ମହିଳା ଭୋଟ ବ୍ୟାଙ୍କ ଉପରେ ଧ୍ୟାନ ଦେଇଥିଲେ। ସୋରେନ ମହିଳାମାନଙ୍କ ପାଇଁ ମୈୟା ସମ୍ମାନ ଯୋଜନା କାର୍ଯ୍ୟକାରୀ କରିଥିେ। ଏହି ଯୋଜନା ଅଧୀନରେ ପ୍ରତ୍ୟେକ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ ମାସକୁ ୧୦୦୦ ଟଙ୍କା ଜମା କରାଯାଇଥିଲା। ହେମନ୍ତ ଝାଡଖଣ୍ଡର ଆଦିବାସୀ ପ୍ରାଧାନ୍ୟ ଅଞ୍ଚଳରେ ଏକପାଖିଆ ଭାବରେ ଜିତୁଥିବା ପରି ମନେହୁଏ। ସମଗ୍ର ନିର୍ବାଚନରେ ହେମନ୍ତ ଆଦିବାସୀ ଅସ୍ମିତା ପ୍ରସଙ୍ଗ ଉଠାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri