Posted inଜାତୀୟ

ଚମ୍ପାଇଙ୍କ ପାଇଁ ନିଜ ଭାଇଙ୍କୁ ଛାଡିଦେଲେ ହେମନ୍ତ ସୋରେନ, ବରିଷ୍ଠ କଂଗ୍ରେସ ନେତାଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୭।୮: ଝାଡଖଣ୍ଡ ରାଜନୀତିରେ ପୁଣି ଥରେ ହଇଚଇ ପରିସ୍ଥିତି ସୃଷ୍ଟି ହୋଇଛି। ପୂର୍ବ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଆଜି ପୁଣି ଭାଜପାରେ ସାମିଲ୍‌ ହେବା ନେଇ ସହମତି ପ୍ରକାଶ କରିଛନ୍ତି। ଯାହାକୁ ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ କଂଗ୍ରେସର ବରିଷ୍ଠ ନେତା ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଚମ୍ପାଇ ଏବେ ଭାଜପା ଜାଲରେ ଫସି ସାରିଛନ୍ତି। ତାଙ୍କର କହିବା ଅନୁସାରେ ତାଙ୍କୁ ଅପମାନ କରାଯାଇଛି କିନ୍ତୁ ହେମନ୍ତ ସୋରେନ ତାଙ୍କୁ ଦଳରେ ସବୁଠାରୁ ଗୁରୁତ୍ୱ ଦେଇଛନ୍ତି। ଆଉ ଯେଉଁ ଶିଖରରେ ସେ ପହଞ୍ଚିଛନ୍ତି ତାହା ତାଙ୍କ ପାଇଁ ସ୍ବପ୍ନ ସଦୃଶ ହେବ।

ବରିଷ୍ଠ କଂଗ୍ରେସ ନେତା ରାଜେଶ ଠାକୁର କହିଛନ୍ତି, ଚମ୍ପାଇ ସୋରେନଙ୍କୁ ପୁଣିଥରେ ମନ୍ତ୍ରୀ କରାଯାଇଥିଲା। ହେମନ୍ତ, ଚମ୍ପାଇଙ୍କୁ ସାମିଲ୍‌ କରିବା ପାଇଁ ନିଜ ଭାଇ ବସନ୍ତ ସୋରେନଙ୍କୁ ପଦ ଦେଇ ନ ଥିଲେ। ହେଲେ ଚମ୍ପାଇ ବେଇମାନ କରିଛନ୍ତି। ସେ ସେଥିପାଇଁ ଦେଶଦ୍ରୋହୀ।

ଚମ୍ପାଇ ସୋରେନଙ୍କୁ ନେଇ ବହୁତ ଦିନ ଧରି ଅନୁମାନ କରାଯାଉଥିଲା କି, ସେ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। କିନ୍ତୁ ମଙ୍ଗଳବାର ସେ ସ୍ପଷ୍ଟ କରିଛନ୍ତି କି, ସେ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଭାଜପାରେ ଯୋଗଦେବାକୁ ଯାଉଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ ଶାହାଙ୍କ ଉପରେ ତାଙ୍କର ବିଶ୍ୱାସ ରହିଛି। ମୁଁ ଭାଜପାରେ ଯୋଗଦେବାକୁ ନିଷ୍ପତ୍ତି ନେଇଛି। ଆଉ ଏକ ନୂଆ ଅଧ୍ୟାୟ ଆରମ୍ଭ କରିବାକୁ ଯାଉଛି।

ଚମ୍ପାଇ ଆହୁରି କହିଛନ୍ତି , ମୁଁ ଅବସର ନେବାକୁ ଚିନ୍ତା କରୁଥିଲି, କିନ୍ତୁ ଜନସାଧାରଣଙ୍କ ଚାହିଦା ହେତୁ ମୁଁ ରାଜନୀତିରେ ଅଛି। ନିଜର ସଂଗଠନ ତିଆରି ପାଇଁ ସମୟ ଲାଗିଥାଏ।
ଚମ୍ପାଇଙ୍କ ଭାଜପାରେ ସାମିଲ ହେବା ଶାସକ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ପାଇଁ ଏକ ବଡ ଝଟକା ବୋଲି ବିବେଚନା କରାଯାଉଛି। ଏଥି ସହିତ ଚମ୍ପାଇ ସୋରେନଙ୍କୁ ଏକ ବଡ ଆଦିବାସୀ ନେତା ଭାବରେ ଦଳରେ ସାମିଲ କରିବାକୁ ଭାଜପା ଉତ୍ସାହିତ ଅଛି।

ପ୍ରାୟ ଏକ ମାସ ଧରି ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇ ଚମ୍ପାଇ ସୋରେନ ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଥିଲେ। ଏହି ସମୟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ଉପସ୍ଥିତ ଥିଲେ।
ବୈଠକ ସମୟର ଏକ ଫଟୋ ଶେୟାର କରି ହିମନ୍ତ କହିଥିଲେ, ଆମ ଦେଶର ଭେଟେରାନ ଆଦିବାସୀ ନେତା ଚମ୍ପାଇ ସୋରେନ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଜୀଙ୍କୁ କିଛି ସମୟ ପୂର୍ବରୁ ଭେଟିଥିଲେ। ସେ ଅଗଷ୍ଟ ୩୦ରେ ରାଞ୍ଚିରେ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗଦେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri