Posted inଜାତୀୟ

ଝାଡ଼ଖଣ୍ଡରେ ବଡ଼ ପରିବର୍ତ୍ତନ, ହେମନ୍ତ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ

ରାଞ୍ଚି, ୨୯।୦୬: ଝାଡ଼ଖଣ୍ଡ ହାଇକୋର୍ଟ ତଥାକଥିତ ଜମି ଘୋଟାଲା ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଶୁକ୍ରବାର ଜାମିନ୍‌ ପ୍ରଦାନ କରିଛନ୍ତି । ଫଳରେ ହେମନ୍ତ ସୋରେନ୍‌ ପୁଣିଥରେ ସକ୍ରିୟ ରାଜନୀତିକୁ ଓହ୍ଲାଇବା ନେଇ ଜଣାପଡ଼ିଛି । ଆଗକୁ ଆସୁଥିବା ବିଧାନସଭା ନିର୍ବାଚନରେ ପ୍ରତିଦ଼୍ବନ୍ଦୀ ଏନ୍‌ଡିଏ ସାମ୍ନାରେ ଏକ ବଡ଼ ଚ୍ୟାଲେଞ୍ଜ ହୋଇ ଉଭା ହେବାକୁ ସେ ରଣନୀତି ପ୍ରସ୍ତୁତ କରିବେ ।

ଜାନୁଆରୀ ୩୧ ତାରିଖରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ଼୍ବାରା ଗିରଫ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଥିଲେ ହେମନ୍ତ ସୋରେନ୍‌ । ଦଳର ତୁଙ୍ଗ ନେତା ତଥା ହେମନ୍ତଙ୍କ ବିଶ଼୍ବସ୍ତ ଚମ୍ପାଇ ସୋରେନ୍‌ଙ୍କୁ ଦଳର ଦାୟିତ଼୍ବ ଦେବା ସହ ମୁଖ୍ୟମନ୍ତ୍ରୀ କରିଥିଲେ । ହେମନ୍ତଙ୍କ ଗିରଫଦାରୀ ସମୟରେ ଦଳ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିଲା । ତଙ୍କର ଅନୁପସ୍ଥିତିରେ ପତ୍ନୀ କଳ୍ପନା ସୋରେନ୍‌ ପ୍ରଚାର ମଙ୍ଗ ଧରିଥିଲେ । ୨୦୧୯ ଅପେକ୍ଷା ଦଳ ୨୦୨୪ ଲୋକସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିଥିଲା । ତେବେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ସେ ଦଳର ନେତୃତ଼୍ବ ନେବେ ନା ଚମ୍ପାଇଙ୍କୁ ହଟାଇ ମୁଖ୍ୟମନ୍ତ୍ରୀ ଭାର ନେବେ ସେ ନେଇ ଏବେ ଦଳର ନେତାଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri