Posted inଜାତୀୟ

କୁଆଡେ ଗଲେ ମୁଖ୍ୟମନ୍ତ୍ରୀ ସୋରେନ, ବିଏମଡବ୍ଲୁ କାର୍‌ ସହ ୩୬ ଲକ୍ଷ ଟଙ୍କା ଜବତ

ରାଞ୍ଚି,୩୦।୧: ଜମି ଦୁର୍ନୀତି ମାମଲାରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମସ୍ୟା ବଢିବାରେ ଲାଗିଛି। ତାଙ୍କ ବିବୃତ୍ତି ରେକର୍ଡ କରିବା ପାଇଁ ଇଡି ତାଙ୍କୁ ଖୋଜୁଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ସୋରେନ ଇଡିଙ୍କୁ ଏକ ଚିଠି ଲେଖି ରାଜନୈତିକ ଏଜେଣ୍ଡା ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଅଭିଯୋଗ କରିଛନ୍ତି। ଏହାପୂର୍ବରୁ ସୋମବାର ଇଡିର ଏକ ଟିମ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଦିଲ୍ଲୀସ୍ଥିତ ବାସଭବନରେ ପହଞ୍ଚିଥିଲେ। ଏହି ଇଡି ଦଳ ୧୩ ଘଣ୍ଟାରୁ ଅଧିକ ସମୟ ସେଠାରେ ରହିଥିଲେ। ଏହି ସମୟରେ ସେ ପରିସର ଭିତରେ ଯାଞ୍ଚ କରିଥିଲେ।

ଦିଲ୍ଲୀ ଆସିବା ପରେ ହେମନ୍ତ ସୋରେନ କେଉଁଠାରେ ଅଛନ୍ତି ସେ ସମ୍ପର୍କରେ କୌଣସି ସୂଚନା ନାହିଁ। ତାଙ୍କର ଚାର୍ଟାର୍ଡ ବିମାନ ଦିଲ୍ଲୀ ବିମାନବନ୍ଦରରେ ଠିଆ ହୋଇଛି। ତାଙ୍କର ଅନେକ କର୍ମଚାରୀଙ୍କ ଫୋନ ବନ୍ଦ ଅଛି । ଗତକାଲି (ସୋମବାର) ତାଙ୍କ ବିଏମଡବ୍ଲୁ କାର୍‌କୁ ଇଡି ଜବତ କରିଛି। ତାଙ୍କ ଡ୍ରାଇଭରଙ୍କୁ ମଧ୍ୟ ପଚରାଉଚରା କରାଯାଇଥିଲା, କିନ୍ତୁ ସୋରେନଙ୍କ ବିଷୟରେ କିଛି ମିଳି ନ ଥିଲା। ସୂତ୍ରରୁ ପ୍ରକାଶ ଯେ ୩୬ ଲକ୍ଷ ଟଙ୍କା ସହିତ କିଛି ଦଲିଲ ମଧ୍ୟ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri