Posted inଜାତୀୟ

କୁଆଡେ ଗଲେ ମୁଖ୍ୟମନ୍ତ୍ରୀ ସୋରେନ, ବିଏମଡବ୍ଲୁ କାର୍‌ ସହ ୩୬ ଲକ୍ଷ ଟଙ୍କା ଜବତ

ରାଞ୍ଚି,୩୦।୧: ଜମି ଦୁର୍ନୀତି ମାମଲାରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମସ୍ୟା ବଢିବାରେ ଲାଗିଛି। ତାଙ୍କ ବିବୃତ୍ତି ରେକର୍ଡ କରିବା ପାଇଁ ଇଡି ତାଙ୍କୁ ଖୋଜୁଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ସୋରେନ ଇଡିଙ୍କୁ ଏକ ଚିଠି ଲେଖି ରାଜନୈତିକ ଏଜେଣ୍ଡା ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଅଭିଯୋଗ କରିଛନ୍ତି। ଏହାପୂର୍ବରୁ ସୋମବାର ଇଡିର ଏକ ଟିମ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଦିଲ୍ଲୀସ୍ଥିତ ବାସଭବନରେ ପହଞ୍ଚିଥିଲେ। ଏହି ଇଡି ଦଳ ୧୩ ଘଣ୍ଟାରୁ ଅଧିକ ସମୟ ସେଠାରେ ରହିଥିଲେ। ଏହି ସମୟରେ ସେ ପରିସର ଭିତରେ ଯାଞ୍ଚ କରିଥିଲେ।

ଦିଲ୍ଲୀ ଆସିବା ପରେ ହେମନ୍ତ ସୋରେନ କେଉଁଠାରେ ଅଛନ୍ତି ସେ ସମ୍ପର୍କରେ କୌଣସି ସୂଚନା ନାହିଁ। ତାଙ୍କର ଚାର୍ଟାର୍ଡ ବିମାନ ଦିଲ୍ଲୀ ବିମାନବନ୍ଦରରେ ଠିଆ ହୋଇଛି। ତାଙ୍କର ଅନେକ କର୍ମଚାରୀଙ୍କ ଫୋନ ବନ୍ଦ ଅଛି । ଗତକାଲି (ସୋମବାର) ତାଙ୍କ ବିଏମଡବ୍ଲୁ କାର୍‌କୁ ଇଡି ଜବତ କରିଛି। ତାଙ୍କ ଡ୍ରାଇଭରଙ୍କୁ ମଧ୍ୟ ପଚରାଉଚରା କରାଯାଇଥିଲା, କିନ୍ତୁ ସୋରେନଙ୍କ ବିଷୟରେ କିଛି ମିଳି ନ ଥିଲା। ସୂତ୍ରରୁ ପ୍ରକାଶ ଯେ ୩୬ ଲକ୍ଷ ଟଙ୍କା ସହିତ କିଛି ଦଲିଲ ମଧ୍ୟ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri