Posted inଜାତୀୟ

ଆଜି ଶପଥ ନେବେ ହେମନ୍ତ ସୋରେନ୍‌: ସୁରକ୍ଷା କଡ଼ାକଡ଼ି

ରାଞ୍ଚତ୍, ୨୮ା୧୧:ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଗୁରୁବାର ରାଜ୍ୟର ଚତୁର୍ଦ୍ଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ବୁଧବାର ରାଞ୍ଚତ୍ସ୍ଥିତ ମୋରହାବାଦି ମୈଦାନରେ ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହକୁ ନେଇ ଚାଲିଥିବା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ହେମନ୍ତଙ୍କୁ ଅଧିକାରୀମାନେ ସମାରୋହ ସ୍ଥଳରେ ମଞ୍ଚ ନିର୍ମାଣ, ସାଜସଜ୍ଜା, ବିଦ୍ୟୁତ, ଧ୍ୱନି ତଥା ସୁରକ୍ଷା ବ୍ୟବସ୍ଥା ଏବଂ ଅତିଥି ସ୍ବାଗତ ସତ୍କାର ଓ ଆଗନ୍ତୁକମାନଙ୍କ ବସିବା ବ୍ୟବସ୍ଥାକୁ ନେଇ ଅବଗତ କରାଇଛନ୍ତି। ହେମନ୍ତ କହିଛନ୍ତି, ସମାରୋହ ସ୍ଥଳ ପର୍ଯ୍ୟନ୍ତ ଯାତାୟାତ ଏବଂ ଯାନବାହନ ପାର୍କିଂର ଉଚିତ୍‌ ବ୍ୟବସ୍ଥା କରାଯିବା ଆବଶ୍ୟକ, ଯଦ୍ଦ୍ବାରା କୌଣସି ସ୍ତରରେ କାହା ପାଇଁ କୌଣସି ଅସୁବିଧା ନ ଉପୁଜିବ। ସେ ଅଧିକାରୀମାନଙ୍କୁ ଆହୁରି କହିଛନ୍ତି ଯେ, ଶପଥ ଗ୍ରହଣ ଫଳରେ ପାନୀୟ ଜଳ ସହିତ ଅନ୍ୟ ସମସ୍ତ ଜରୁରୀ ସୁବିଧା ଉପଲବ୍ଧ ହେବା ଆବଶ୍ୟକ। ଏହି ଅବସରରେ ବିଧାୟିକା କଳ୍ପନା ସୋରେନ୍‌, ମୁଖ୍ୟ ସଚିବ ଅଳକା ତିଓ୍ବାରୀ, ଉଚ୍ଚ ମୁଖ୍ୟ ସଚିବ ଅବିନାଶ କୁମାର, ପ୍ରଧାନ ସଚିବ ବନ୍ଦନା ଦାଦେଲ, ସଚିବ ଅମିତାଭ କୌଶଲ, ରାଞ୍ଚତ୍ ଉପାୟୁକ୍ତ ବରୁଣ ରଞ୍ଜନ, ବରିଷ୍ଠ ପୋଲିସ ଅଧୀକ୍ଷକ ଚନ୍ଦନ ସିହ୍ନା ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?