Posted inଜାତୀୟ

ଏହିଦିନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ, କ୍ୟାବିନେଟରେ ସାମିଲ ହୋଇପାରନ୍ତି ନୂଆ ଚେହେରା

ଝାଡଖଣ୍ଡ,୪।୭: ପୁଣି ମଇଦାନକୁ ଫେରିଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏହାପରେ ଆସନ୍ତା ଜୁଲାଇ ୭ରେ ସେ ଶପଥ ଗ୍ରହଣ କରିବେ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ସହ ସାରା ରାଜ୍ୟ ଏବେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ହେମନ୍ତଙ୍କ ସହ ତାଙ୍କର ସମସ୍ତ କ୍ୟାବିନେଟ ମନ୍ତ୍ରୀମାନେ ମଧ୍ୟ ଶପଥ ନେବେ। ତେବେ କୁହାଯାଉଛି ଯେ, ହେମନ୍ତଙ୍କ କ୍ୟାବିନେଟରେ କିଛି ନୂଆ ଚେହେରା ସାମିଲ ହୋଇପାରନ୍ତି।

ବୁଧବାର ଚମ୍ପାଇ ସୋରେନ ସିଏମ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟପାଳ ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି ଏବଂ ତାଙ୍କୁ କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବାକୁ କହିଛନ୍ତି। ଏହାସହ ହେମନ୍ତ ସୋରେନ ସରକାର ଗଠନ ପାଇଁ ଦାବି କରିଛନ୍ତି। ସେ ଜୁଲାଇ ୭ରେ CM ଭାବରେ ଶପଥ ଗ୍ରହଣ କରିବେ। ଗତକାଲି ଜେଏମଏମ ନେତୃତ୍ୱାଧୀନ ମେଣ୍ଟର ନେତାମାନେ ସର୍ବସମ୍ମତି କ୍ରମେ ତାଙ୍କୁ ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଛନ୍ତି।

ଜୁଲାଇ ୭ରେ ଶପଥ ନେବା ପରେ ହେମନ୍ତ ଝାଡଖଣ୍ଡର ୧୩ତମ ମୁଖ୍ୟମନ୍ତ୍ରୀ ହେବେ। ୨୦୦୦ ମସିହା ନଭେମ୍ବର ୧୫ରେ ବିହାରରୁ ଅଲଗା ହୋଇ ଝାଡଖଣ୍ଡ ଗଠନ କରାଯାଇଥିଲା। ସେବେଠାରୁ ଏବେ ଯାଏଁ ୧୨ଜଣ ସିଏମ ହୋଇଛନ୍ତି। ତେବେ ହେମନ୍ତଙ୍କ ନୂଆ ସରକାରରେ ଝାଡଖଣ୍ଡରେ ୧୨ଜଣ ମନ୍ତ୍ରୀ ହୋଇଇପାରନ୍ତି। କିନ୍ତୁ ବର୍ତ୍ତମାନ ରାଜ୍ୟ କ୍ୟାବିନେଟରେ ୧୦ଜଣ ମନ୍ତ୍ରୀ ଅଛନ୍ତି। କହିରଖୁଛୁ କି, ଲୋକ ସଭା ନିର୍ବାଚନ ପରେ ରାଜ୍ୟରେ ଜେଏମଏମ ନେତୃତ୍ୱାଧୀନ ମେଣ୍ଟର କେବଳ ୪୫ଜଣ ବିଧାୟକ ରହିଛନ୍ତି। ଜେଏମଏମରୁ ୨୭ ଜଣ ବିଧାୟକ, କଂଗ୍ରେସରୁ ୧୭ ଜଣ ଏବଂ ଆରଜେଡିରୁ ଜଣେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri