Posted inଜାତୀୟ

ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

ରାଞ୍ଚି,୪।୭: ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ହେମନ୍ତ ସୋରେନଙ୍କୁ ସରକାର ଗଠନ କରିବାକୁ ଆମନ୍ତ୍ରଣ କରିଛନ୍ତି। ଗୁରୁବାର ରାଜ ଭବନ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୋରେନ ଆଜି ନିଜେ ରାଜ୍ୟର ୧୩ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ସନ୍ଧ୍ୟା ପ୍ରାୟ ୫ଟାରେ ରାଜ ଭବନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।
୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍‌ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାଇ ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍‌ଙ୍କୁ ଭେଟି ନିଜ ଇସ୍ତଫାପତ୍ର ପ୍ରଦାନ କରିଥିଲେ। ହେମନ୍ତ ସରକାର ଗଠନ ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି ଜଣାଇଥିଲେ।
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗତ ଜାନୁଆରୀ ୩୧ରେ ଏକ ଜମି ଦୁର୍ନୀତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ଝାଡ଼ଖଣ୍ଡର ତତ୍କାଳୀନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଜେରା ପରେ ଗିରଫ କରିଥିଲା। ଗିରଫ ହେବାର କିଛି ଘଣ୍ଟା ପୂର୍ବରୁ ହେମନ୍ତ ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏଥିସହ ଜେଏମ୍‌ଏମ୍‌ ମୁଖ୍ୟ ଶିବୁ ସୋରେନ୍‌ଙ୍କ ଘନିଷ୍ଠ ସହଯୋଗୀ ତଥା ମନ୍ତ୍ରୀ ଥିବା ଚମ୍ପାଇ ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଥିଲେ। ଇତିମଧ୍ୟରେ ହେମନ୍ତ ନିଜ ଗିରଫଦାରିକୁ ବେଆଇନ ଦର୍ଶାଇ ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜମି ଦୁର୍ନୀତି ମାମଲାରେ ହେମନ୍ତଙ୍କ ପ୍ରତ୍ୟକ୍ଷ ସମ୍ପୃକ୍ତିର ପ୍ରମାଣ ନ ଥିବା ଦର୍ଶାଇ ହାଇକୋର୍ଟ ଶୁକ୍ରବାର ଜାମିନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri