Posted inଜାତୀୟ

ଖୁବ୍‌ ଶୀଘ୍ର ହେମନ୍ତ, ତେଜସ୍ବୀ, ବିଜୟନ , ଷ୍ଟାଲିନଙ୍କୁ ଗିରଫ କରାଯିବ: ଆତିଶି…

ନୂଆଦିଲ୍ଲୀ,୩୧।୧୦ : ଦିଲ୍ଲୀ ଏଏପି ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ଆତିଶି ମାର୍ଲେନା କହିଛନ୍ତି, ଭାଜପାର ନିର୍ଦ୍ଦେଶରେ ପ୍ରଥମେ ନେଭେମ୍ବର ୨ରେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ଗିରଫ କରାଯିବ। ପରବର୍ତ୍ତୀ ସମୟରେ ସେମାନେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଟାର୍ଗେଟ କରିବେ କାରଣ ଭାଜପା ତାଙ୍କୁ ପରାସ୍ତ କରିବାରେ ଅସମର୍ଥ। ତା’ପରେ ସେମାନେ ତେଜସ୍ବୀ ଯାଦବଙ୍କୁ ଟାର୍ଗେଟ କରିବେ କାରଣ ବିହାରରେ ମିଳିତ ମଞ୍ଚ ଭାଜପା ଭାଙ୍ଗି ପାରି ନାହିଁ। ତା’ପରେ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କୁ ଟାର୍ଗେଟ କରାଯିବ।

ଆତିଶି ମାର୍ଲେନା ଦୋହରାଇଛନ୍ତି ଏଏପି ନେତା ଜେଲ ଯିବାକୁ ଭୟ କରନ୍ତି ନାହିଁ ଏବଂ ସମ୍ବିଧାନ ବଞ୍ଚାଇବା ପାଇଁ ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଲଢ଼ିବେ। ଏଏପି ନେତା ସୌରଭ ଭରଦ୍ୱାଜ ଆତିଶିଙ୍କ ମନ୍ତବ୍ୟକୁ ସମର୍ଥନ କରିଛନ୍ତି।

ଏଏପିର ଦିଲ୍ଲୀ ରାଜ୍ୟ ସଂଯୋଜକ ଗୋପାଳ ରାୟ ମଧ୍ୟ ଖବରଦାତାଙ୍କୁ ସମ୍ବୋଧିତ କରି କହିଛନ୍ତି ଦଳ ସାଧାରଣ ଲୋକଙ୍କ ପାଇଁ କାର୍ଯ୍ୟ ଜାରି ରଖିବ। ସେ କହିଛନ୍ତି, ଅତୀତରେ ମଧ୍ୟ ଆକ୍ରମଣ ହୋଇଛି ଏବଂ ଆମେ ଏହା ଦ୍ୱାରା ଶକ୍ତିଶାଳୀ ହୋଇଛୁ। ସେମାନେ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କରିବାକୁ ଚାହୁଁଛନ୍ତି କାରଣ ସେମାନେ ଆମ ଆଦମୀ ପାର୍ଟିକୁ ଧ୍ୱଂସ କରିବାକୁ ଚାହାନ୍ତି। ସେମାନେଏଏପୀ ବିଧାୟକଙ୍କ ବିରୋଧରେ ୧୭୦ରୁ ଅଧିକ ମାମଲା ରୁଜୁ କରିଛନ୍ତି। ତେବେ ସମସ୍ତ ଚେଷ୍ଟା କିନ୍ତୁ ବିଫଳ ହୋଇଛି। ଆମ ଆଦମୀ ପାର୍ଟି ନିଜ ପାଇଁ ନୁହେଁ ବରଂ ସାଧାରଣ ଲୋକଙ୍କ ପାଇଁ କାମ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri