Posted inଜାତୀୟ

ଲଗାତର ୭ ଘଣ୍ଟା ଜେରା ପରେ ଗିରଫ ହେଲେ ହେମନ୍ତ ସୋରେନ୍‌

ରାଞ୍ଚତ୍,୩୧ା୧:ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏକ ଜମି ଦୁର୍ନୀତି ମାମଲାରେ ବୁଧବାର ୭ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜେରା ପରେ ଗିରଫ କରିଛି। ହେମନ୍ତ ରାତିରେ ରାଜଭବନ ଯାଇ ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍‌ଙ୍କୁ ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ପରିବହନ ମନ୍ତ୍ରୀ ଚମ୍ପାଇ ସୋରେନ୍‌ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି।
ଜମି ଡିଲ୍‌ ଦୁର୍ନୀତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ଇଡି ପକ୍ଷରୁ ୪୮ ବର୍ଷୀୟ ହେମନ୍ତ ସୋରେନ୍‌ଙ୍କୁ ଜାନୁଆରୀ ୨୦ରେ ଜେରା କରାଯାଇଥିଲା। ଏହା ପରେ ହେମନ୍ତଙ୍କ ବୟାନ ରେକର୍ଡ ପାଇଁ ଇଡି ତାଙ୍କୁ ଦଶମ ଥର ଲାଗି ସମନ କରିଥିଲା। କିନ୍ତୁ ହେମନ୍ତଙ୍କ ପତ୍ତା ନ ମିଳିବାରୁ ସୋମବାର ନୂଆଦିଲ୍ଲୀସ୍ଥିତ ତାଙ୍କ ୫/୧ ଶାନ୍ତି ନିକେତନ ବାସଭବନରେ ଇଡି ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ସେମାନେ ୩୬ ଲକ୍ଷ ଟଙ୍କା ଏବଂ ଏକ ବିଏମ୍‌ଡବ୍ଲ୍ୟୁ ଏସ୍‌ୟୁଭି ସମେତ କେତେକ ଆପତ୍ତିଜନକ ଦସ୍ତାବିଜ ଜବତ କରିଥିଲେ। ସେଠାରେ ପ୍ରାୟ ୧୩ ଘଣ୍ଟା ଧରି ଅପେକ୍ଷା କରିବା ଜେଏମ୍‌ଏମ୍‌ କାର୍ଯ୍ୟକାରୀ ସଭାପତିଙ୍କୁ ଠାବ କରାଯାଇ ପାରୁନାହିଁ ବୋଲି ମଙ୍ଗଳବାର ଇଡି ଅଧିକାରୀମାନେ କହିବାବେଳକୁ ସୋରେନ୍‌ ରାଞ୍ଚତ୍ସ୍ଥିତ ନିଜ ସରକାରୀ ବାସଭବନରେ ପହଞ୍ଚତ୍ଥିଲେ। ଇତିମଧ୍ୟରେ ସୋରେନ୍‌ ଇଡି ନିକଟକୁ ଏକ ଇ-ମେଲ୍‌ ପଠାଇ ରାଞ୍ଚତ୍ସ୍ଥିତ ସରକାରୀ ବାସଭବନରେ ବୁଧବାର ତାଙ୍କ ବୟାନ ରେକର୍ଡ କରାଇବା ପାଇଁ ଉଲ୍ଲେଖ କରିଥିଲେ। ସୋରେନ୍‌ ଚଢ଼ାଉ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀମାନଙ୍କ ବିରୋଧରେ ଏଫ୍‌ଆଇଆର୍‌ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri