Posted inଜାତୀୟ

ଲଗାତର ୭ ଘଣ୍ଟା ଜେରା ପରେ ଗିରଫ ହେଲେ ହେମନ୍ତ ସୋରେନ୍‌

ରାଞ୍ଚତ୍,୩୧ା୧:ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏକ ଜମି ଦୁର୍ନୀତି ମାମଲାରେ ବୁଧବାର ୭ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜେରା ପରେ ଗିରଫ କରିଛି। ହେମନ୍ତ ରାତିରେ ରାଜଭବନ ଯାଇ ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍‌ଙ୍କୁ ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ପରିବହନ ମନ୍ତ୍ରୀ ଚମ୍ପାଇ ସୋରେନ୍‌ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି।
ଜମି ଡିଲ୍‌ ଦୁର୍ନୀତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ଇଡି ପକ୍ଷରୁ ୪୮ ବର୍ଷୀୟ ହେମନ୍ତ ସୋରେନ୍‌ଙ୍କୁ ଜାନୁଆରୀ ୨୦ରେ ଜେରା କରାଯାଇଥିଲା। ଏହା ପରେ ହେମନ୍ତଙ୍କ ବୟାନ ରେକର୍ଡ ପାଇଁ ଇଡି ତାଙ୍କୁ ଦଶମ ଥର ଲାଗି ସମନ କରିଥିଲା। କିନ୍ତୁ ହେମନ୍ତଙ୍କ ପତ୍ତା ନ ମିଳିବାରୁ ସୋମବାର ନୂଆଦିଲ୍ଲୀସ୍ଥିତ ତାଙ୍କ ୫/୧ ଶାନ୍ତି ନିକେତନ ବାସଭବନରେ ଇଡି ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ସେମାନେ ୩୬ ଲକ୍ଷ ଟଙ୍କା ଏବଂ ଏକ ବିଏମ୍‌ଡବ୍ଲ୍ୟୁ ଏସ୍‌ୟୁଭି ସମେତ କେତେକ ଆପତ୍ତିଜନକ ଦସ୍ତାବିଜ ଜବତ କରିଥିଲେ। ସେଠାରେ ପ୍ରାୟ ୧୩ ଘଣ୍ଟା ଧରି ଅପେକ୍ଷା କରିବା ଜେଏମ୍‌ଏମ୍‌ କାର୍ଯ୍ୟକାରୀ ସଭାପତିଙ୍କୁ ଠାବ କରାଯାଇ ପାରୁନାହିଁ ବୋଲି ମଙ୍ଗଳବାର ଇଡି ଅଧିକାରୀମାନେ କହିବାବେଳକୁ ସୋରେନ୍‌ ରାଞ୍ଚତ୍ସ୍ଥିତ ନିଜ ସରକାରୀ ବାସଭବନରେ ପହଞ୍ଚତ୍ଥିଲେ। ଇତିମଧ୍ୟରେ ସୋରେନ୍‌ ଇଡି ନିକଟକୁ ଏକ ଇ-ମେଲ୍‌ ପଠାଇ ରାଞ୍ଚତ୍ସ୍ଥିତ ସରକାରୀ ବାସଭବନରେ ବୁଧବାର ତାଙ୍କ ବୟାନ ରେକର୍ଡ କରାଇବା ପାଇଁ ଉଲ୍ଲେଖ କରିଥିଲେ। ସୋରେନ୍‌ ଚଢ଼ାଉ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀମାନଙ୍କ ବିରୋଧରେ ଏଫ୍‌ଆଇଆର୍‌ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ...

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri