Posted inଖେଳ

ହେଣ୍ଡରସନଙ୍କୁ ରାଇଟର୍ସ ଆସୋସିଏଶନ ପୁରସ୍କାର

ଲଣ୍ଡନ, ୨୫।୭ (ଏପି)-ଫୁଟ୍‌ବଲ ରାଇଟର୍ସ ଆସୋସିଏଶନ (ଏଫ୍‌ ଡବ୍ଲ୍ୟୁଏ) ତରଫରୁ ଜୋର୍ଡାନ ହେଣ୍ଡରସନଙ୍କୁ ବର୍ଷର ଶ୍ରେଷ୍ଠ ଖେଳାଳି ଭାବେ ମନୋନୀତ କରାଯାଇଛି। ହେଣ୍ଡରସନଙ୍କ ଅଧିନାୟକତ୍ୱରେ ଲିଭରପୁଲ ୩୦ ବର୍ଷ ବ୍ୟବଧାନରେ ପ୍ରଥମ ଇଂଲିଶ ଲିଗ୍‌ ଟାଇଟଲ ଜିତିପାରିଛି। କରୋନାଭାଇରସ୍‌ ମହାମାରୀ ସମୟରେ ବ୍ରିଟେନ ସ୍ବାସ୍ଥ୍ୟ ସେବା ପାଇଁ ପାଣ୍ଠି ସଂଗ୍ରହରେ ତାଙ୍କର ବିଶେଷ ଭୂମିକା ଥିଲା। ଫୁଟ୍‌ବଲ ରାଇଟର୍ସ ଆସୋସିଏଶନ ପୁରସ୍କାର ପାଇଁ ହୋଇଥିବା ମତଦାନରେ ସେ ମାଞ୍ଚେଷ୍ଟର ସିଟି ମିଡ୍‌ଫିଲ୍ଡର କେଭିନ୍‌ ଡି’ ବ୍ରୁଇନ୍‌ଙ୍କୁ ପଛରେ ପକାଇ ଦେଇଥିଲେ। ହେଣ୍ଡରସନଙ୍କ ସମୟରେ ଲିଭରପୁଲ ଆହୁରି ମଧ୍ୟ ଚାମ୍ପିୟନ୍ସ ଲିଗ୍‌ ଓ କ୍ଲବ ବିଶ୍ୱକପ୍‌ ଜିତିପାରିଛି। କରୋନା ମହାମାରୀ ସମୟରେ ଖେଳ ସସ୍‌ପେଣ୍ଡ ଥିବା ବେଳେ ସେ କେତେଜଣ ସାଥୀ ଖେଳାଳିଙ୍କୁ ନେଇ ଜନସେବାରେ ଲାଗିପଡ଼ିଥିଲେ। ନ୍ୟାଶନାଲ ହେଲଥ୍‌ ସର୍ଭିସ ପାଇଁ ପାଣ୍ଠି ସଂଗ୍ରହ ମଧ୍ୟ କରିଥିଲେ। ଏଫ୍‌ଡବ୍ଲ୍ୟୁଏର ଚେୟାରମ୍ୟାନ କେରୀ ବ୍ରାଉନ୍‌ କହିଛନ୍ତି ହେଣ୍ଡରସନ ବର୍ତ୍ତମାନ ଲିଭରପୁଲ୍‌ର ଜଣେ କିମ୍ବଦନ୍ତୀ ଖେଳାଳି ପାଲଟିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri