ବୋହୂକୁ ବଳାତ୍କାର ଅଭିଯୋଗରେ ଶ୍ବଶୁର ଗଲେ ଜେଲ, ବାଳସୁଧାର ଗୃହରେ ଦିଅର

ଦିଗପହଣ୍ଡି,୨୦।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତ ଶ୍ବଶୁରଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନାରେ ମାମଲା ନଂ.୨୦୪/୨୦ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଅନ୍ୟତମ ଅଭିଯୁକ୍ତ ଦିଅରଙ୍କୁ ବ୍ରହ୍ମପୁର ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯିବା ପରେ ତାଙ୍କୁ ବ୍ରହ୍ମପୁରସ୍ଥିତ ବାଳ ସୁଧାର ଗୃହକୁ ପଠାଇ ଦିଆଯାଇଛି।
ଆଇଆଇସି ବସନ୍ତ କୁମାର ସେଠୀଙ୍କ ସୂଚନାନୁସାରେ, ଗତ ୧୫ ତାରିଖ ସକାଳେ ଜଣେ ବିବାହିତ ମହିଳା ଥାନାରେ ପହଞ୍ଚି ତାଙ୍କୁ ଯୌତୁକ ନିର୍ଯାତନା ସହ ବଳାତ୍କାର କରାଯାଇଥିବା ସମ୍ପର୍କରେ ଲିଖିତ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଅଭିଯୁକ୍ତମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ୨୦୧୭ ମାର୍ଚ୍ଚ ୭ ତାରିଖରେ ମହିଳାଙ୍କ ବିବାହ ହୋଇଥିଲା। ଶ୍ୱଶୁର ଘର ଲୋକଙ୍କ ଦାବି ପ୍ରକାରେ ସମସ୍ତ ଯୌତୁକ ସାମଗ୍ରୀ ସମେତ ନଗଦ ୧ ଲକ୍ଷ ଟଙ୍କା ଦିଆଯାଇଥିଲା। ପରେ ଅଧିକା ଯୌତୁକ ପାଇଁ ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଥିଲା। ଶ୍ବଶୁର ବାପଘର ଲୋକଙ୍କୁ ମିଛ କହି ମାନସିକ ଅନଗ୍ରସର ଭାବେ ଚିକିତ୍ସିତ ହେଉଥିବା ତାଙ୍କ ପୁଅ ଙ୍କୁ ବିବାହ କରାଇ ଦେଇଥିଲେ। ସ୍ବାମୀଙ୍କ ଅନୁପସ୍ଥିତିରେ ଦିଅର ତାଙ୍କୁ ଛୁରି ଦେଖାଇ ଭୟଭୀତ କରିବା ସହ ଏକାଧିକ ଥର ବଳାତ୍କାର କରିଥିବା ଏତଲାରେ ଉଲ୍ଲେଖ ରହିଛି। ଏପରିକି ଶ୍ବଶୁର ମଧ୍ୟ ତାଙ୍କୁ ଘରେ କେହି ନ ଥିବା ସୁଯୋଗ ନେଇ ବହୁବାର ବଳାତ୍କାର କରିଥିବା ପୀଡ଼ିତା ତାଙ୍କ ଏତଲାରେ ଉଲ୍ଲେଖ କରିବା ସହ ତଦନ୍ତକାରୀ ପୋଲିସ ଅଧିକାରୀଙ୍କ ନିକଟରେ ବୟାନ ଦେଇଛନ୍ତି। ଶାଶୁ ଓ ନଣନ୍ଦ ସମସ୍ତ ବିଷୟ ଅବଗତ ଥିଲେ ମଧ୍ୟ ପ୍ରତିକାର କରା ନ ଯାଇ ଗର୍ଭାବସ୍ଥାରେ ତାଙ୍କୁ ଡାକ୍ତରୀ ଚିକିତ୍ସା ତ ଦୂରର କଥା ସେମାନେ ତାଙ୍କୁ ମିଳିତ ଭାବେ ବାପ ଘରୁ ଅଧିକା ୨ ଲକ୍ଷ ଟଙ୍କା ଯୌତୁକ ଆଣିବା ପାଇଁ କହି ବାପ ଘରକୁ ବିଦା କରିଦେଲେ। ସେଠାରେ ସେ ଏକ କନ୍ୟା ସନ୍ତାନ ଜନ୍ମ କରିବା ପରେ ମଧ୍ୟ କେହି ଦେଖିବାକୁ ଗଲେ ନାହିଁ। ପରବର୍ତ୍ତୀ ଅବସ୍ଥାରେ ଶ୍ବଶୁର ତାଙ୍କୁ ଜୀବନରେ ମାରିଦେବାକୁ ଷଡ଼ଯନ୍ତ୍ର ଚଳାଇଥିବା ଏତଲାରେ ଉଲ୍ଲେଖ ରହିଛି। ପୀଡ଼ିତା ଓ ଅଭିଯୁକ୍ତ ଦ୍ୱୟଙ୍କ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ଡାକ୍ତରୀ ମାଇନା କରାଯିବା ପରେ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri