ଖୋର୍ଦ୍ଧାରେ ହର ଘର ତ୍ରିରଙ୍ଗା

ଖୋର୍ଦ୍ଧା,୧୩।୮(ପ୍ରଭାତ ପାଣିଗ୍ରାହୀ): ଦେଶ ପାଳୁଛି ସ୍ବାଧିନତାର ୭୯ତମ । ଏହି ଅବସରରେ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଖୋର୍ଦ୍ଧା ଟାଉନ ହଲ ପର୍ଯ୍ୟନ୍ତ ଆୟୋଜିତ ହର ଘର ତ୍ରୀରଙ୍ଗା ପଦଯାତ୍ରା ବୁଧବାର ଅନୁଷ୍ଠିତ ହୋଇଯାଇଛି।
ଆଇନ ପୂର୍ତ୍ତ ଅବକାରୀ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି କହିଲେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆମ ସମସ୍ତଙ୍କୁ ଦେଶ ପ୍ରେମର ସୂତ୍ରରେ ବାନ୍ଧିବାରେ ସଫଳ ହେଉଛି । ଜାତୀୟ ପତାକା ଦେଶ ବାସୀଙ୍କ ପାଇଁ ସମ୍ମାନ ଓ ଗୌରବ ବହନ କରିଥାଏ। ଏହା ହେଉଛି ଆମ ଦେଶର ପ୍ରତୀକ । ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ, ଏହା ମଧ୍ୟ ରାଷ୍ଟ୍ରୀୟ ଏକତା, ସହିଷ୍ଣୁତା ଓ ବନ୍ଧୁତାର ପ୍ରତୀକ ଅଟେ।
ଜାତି, ଧର୍ମ ନିର୍ବିଶେଷରେ ସବୁ ଭାରତୀୟ ତ୍ରିରଙ୍ଗା ତଳେ, ଯେତେବେଳେ ଏକଜୁଟ ହେବେ ସେତେବେଳେ କୌଣସି ଶକ୍ତି ଆମ ବିରୋଧରେ ସଫଳ ହେବେ ନାହିଁ। ତ୍ରିରଙ୍ଗାର ତିନି ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣିତ କରିଥାଏ। ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୂକ ସାକ୍ଷୀ।

ଅନ୍ୟ ମାନଙ୍କ ମଧ୍ୟରେ ଭୁବନେଶ୍ବର ଏମ୍‌ପି ମାନନୀୟା ଅପରାଜିତା ଷଡ଼ଙ୍ଗୀ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଜିଲାପାଳ ଅମ୍ରିତ ଋତୁରାଜ, ଜିଲା ଆରକ୍ଷୀ ଅଧିକ୍ଷକ ସଗାରିକା ନାଥ, ଜଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଭାଜପା ଜିଲ୍ଲା ସଭାପତି ବିଶ୍ବରଂଜନ ବଡ଼ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଲୋକ ପ୍ରତିନିଧି, ଛାତ୍ରୀଛାତ୍ର, ଜିଲାସ୍ତରୀୟ ଅଧିକାରୀ, ଏବଂ ଅବକାରୀ ଓ ପୋଲିସ ବିଭାଗର କର୍ମଚାରୀ, ସ୍ଥାନୀୟ ଜନସାଧାରଣ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri