ସ୍ତ୍ରୀ ଭିଣୋଇ ଘରକୁ ଚାଲିଯିବାରୁ ରାଗିଗଲେ ସ୍ବାମୀ, ଶାଶୁ-ଶ୍ୱଶୁରଙ୍କୁ କଲେ ଆକ୍ରମଣ

ଲକ୍ଷ୍ନୌ,୪ା୭: ଉତ୍ତରପ୍ରଦେଶର ଇଟାଓ୍ବା ଜିଲାରୁ ଚକିତ କରିଦେବା ପରି ଏକ ଘଟଣା ସାମ୍ନାକୁ ଆସିଛି। ଶ୍ୱଶୁର ଘରକୁ ଆସି ସ୍ତ୍ରୀଙ୍କୁ ଘରେ ନ ଦେଖିବାରୁ ଶାଶୁ-ଶ୍ୱଶୁରଙ୍କ ଉପରେ ଶୁଝାଇଲେ ରାଗ। ଶାଶୁ ଏବଂ ଶ୍ୱଶୁରଙ୍କୁ କଟୁରିରେ ଆକ୍ରମଣ କରିଛନ୍ତି ଜ୍ୱାଇଁ। ଫଳରେ ଦୁଇଜଣ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏପଟେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।

ଇଟାଓ୍ବା ସହର ନିକଟ ଥାନା ସିଭିଲ ଲାଇନ ଅନ୍ତର୍ଗତ ପାହାଡ଼ପୁର ଗାଁରେ ବାରେଲାଲ ରାଜପୁତ ଏବଂ ତାଙ୍କ ସ୍ତ୍ରୀ ଭୂରା ଦେବୀ ପରିବାର ସହ ରୁହନ୍ତି। ତାଙ୍କର ଦୁଇ ଝିଅ। ବଡ଼ ଝିଅ ପ୍ରୀତି ଏବଂ ସାନ ଝିଅ ଶ୍ରୁତି। ବଡ଼ଝିଅ ପ୍ରୀତିଙ୍କ ଶାଶୁଘର ପଛାୟା ଗାଁରେ ଏବଂ ସାନ ଝିଅଙ୍କ ଶାଶୁଘର ଉନାବରେ।

ବାରେଲାଲଙ୍କ ସାନ ଜ୍ୱାଇଁ କମଲେଶଙ୍କୁ ତାଙ୍କ ପରିବାର ଲୋକେ ଘରୁ ବାହାର କରିଦେଇଥିଲେ। ସେ ତାଙ୍କ ସ୍ତ୍ରୀ ଶ୍ରୁତିଙ୍କୁ ନେଇ ଶ୍ୱଶୁର ଘରେ ରହୁଥିଲେ। ତାଙ୍କର ଅଢ଼େଇ ବର୍ଷର ଏକ ପୁଅ ମଧ୍ୟ ଅଛି। କମଲେଶ ଶ୍ରମିକ କାମ କରି ପରିବାର ପୋଷଣ କରନ୍ତି।

ଶନିବାର କମଲେଶ କାମ କରିବାକୁ ବାହାରକୁ ଯାଇଥିଲେ। ଫେରି ଦେଖିଲାବେଳକୁ ସ୍ତ୍ରୀ ଶ୍ରୁତି ଘରେ ନ ଥିଲେ। ପରେ ଜାଣିବାକୁ ପାଇଲେ ସେ ତାଙ୍କ ଭିଣୋଇ ଘରକୁ ଯାଇଛନ୍ତି। ଏଥିରେ ଉତ୍‌କ୍ଷିପ୍ତ ହୋଇଉଠିଥିଲେ କମଲେଶ। ସେ ଶାଶୁ ଏବଂ ଶ୍ୱଶୁରଙ୍କୁ ଏକ କଟୁରିରେ ଆକ୍ରମଣ କରିଥିଲେ। ଫଳରେ ଦୁଇଜଣ ଗୁରୁତର ହୋଇ ବର୍ତ୍ତମାନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷରେ କମଲେଶ ଘଟଣା ପରଠାରୁ କେଉଁଆଡ଼େ ଫେରାର ହୋଇଯାଇଛନ୍ତି। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ଆଡ଼େ ଚଢ଼ାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri